Posted inଜାତୀୟ

ତାତି ବୃଦ୍ଧି ସହିତ ବଢୁଛି ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା, ରାଜ୍ୟଙ୍କୁ ସତର୍କ ସୂଚନା ଜାରି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୮।୨ : ପାଣିପାଗର ପରିବର୍ତ୍ତନ ସହିତ ତାପମାତ୍ରା ମଧ୍ୟ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଥର ଫେବୃଆରୀରେ ତାପମାତ୍ରା ଅନେକ ରେକର୍ଡ ଭାଙ୍ଗିବା ଆରମ୍ଭ କରିଛି। ଯଦିଓ ସକାଳ ଏବଂ ସନ୍ଧ୍ୟାରେ ତାପମାତ୍ରା ହ୍ରାସ ପାଉଛି, କିନ୍ତୁ ଅପରାହ୍ନରେ ତାତି ବଢୁଛି।

ପାଗରେ ଏହି ଉତ୍ଥାନ-ପତନ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢ଼ାଇ ସାରିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଉତ୍ତାପ ଜନିତ ରୋଗ ସମ୍ପର୍କରେ ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛନ୍ତି। ସେ ସମସ୍ତଙ୍କୁ ଜାତୀୟ କାର୍ଯ୍ୟ ଯୋଜନା ପ୍ରତି ଧ୍ୟାନ ଦେବାକୁ ସତର୍କ କରାଇଛନ୍ତି।

କେନ୍ଦ୍ର ଲେଖିଥିବା ଚିଠିରେ କୁହାଯାଇଛି ଯେ ଅନେକ ସ୍ଥାନରେ ତାପମାତ୍ରା ଏକ ଉଚ୍ଚ ସ୍ତରରେ ପହଞ୍ଚିସାରିଛି। ଏପରି ପରିସ୍ଥିତିରେ ଉତ୍ତାପ ଦ୍ୱାରା ହେଉଥିବା ରୋଗ ମଧ୍ୟ ବୃଦ୍ଧି ପାଇବ। ଜଳବାୟୁ ପରିବର୍ତ୍ତନ ଏବଂ ମାନବ ସ୍ବାସ୍ଥ୍ୟ ଜାତୀୟ କାର୍ଯ୍ୟକ୍ରମ ଅଧୀନରେ ସମସ୍ତ ରାଜ୍ୟରେ ଏହାର ଦୈନିକ ମନିଟରିଂ କରାଯିବ। ସ୍ବାସ୍ଥ୍ୟ ବିଭାଗ ଏବଂ ସ୍ବାସ୍ଥ୍ୟ ସୁବିଧାଗୁଡ଼ିକର ପ୍ରଭାବଶାଳୀ ପ୍ରସ୍ତୁତି ପାଇଁ ସମସ୍ତ ଜିଲାରେ ପ୍ରସ୍ତୁତି ନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ କୁହାଯାଇଛି।

ଚିଠିରେ ଦର୍ଶାଯାଇଛି ଯେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମେଡିକାଲ ଅଫିସର, ସ୍ବାସ୍ଥ୍ୟ କର୍ମୀ, ତୃଣମୂଳ ସ୍ତରର କର୍ମଚାରୀଙ୍କୁ ଉତ୍ତାପ ସମସ୍ୟା ଏବଂ ଏହାର ଶୀଘ୍ର ଚିହ୍ନଟ ଓ ପରିଚାଳନା ଉପରେ ସଚେତନ କରିବା ଆବଶ୍ୟକ। ଏଥିସହ ବିଭାଗଗୁଡ଼ିକ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ଔଷଧ, ଇଣ୍ଟ୍ରାଭେନସ ରିକୁଇଡ୍‌, ବରଫ ପ୍ୟାକ, ଓଆରଏସ ଏବଂ ସମସ୍ତ ଆବଶ୍ୟକୀୟ ଉପକରଣର ଉପଲବ୍ଧତା ନିଶ୍ଚିତ କରିବା ଉଚିତ। ଏହା ସହିତ ସମସ୍ତ ସ୍ବାସ୍ଥ୍ୟ ସୁବିଧାରେ ପର୍ଯ୍ୟାପ୍ତ ପାନୀୟ ଜଳର ଉପଲବ୍ଧତା ପାଇଁ ନିର୍ଦ୍ଦେଶ ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri