ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ଅଧିବେଶନରେ ଯୋଗ ଦେବେ ବିଭିନ୍ନ ଐତିହାସିକ

ଭଞ୍ଜନଗର,୨୩ା୫(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର ପଞ୍ଚମ ବାର୍ଷିକ ଅଧିବେଶନ ଆସନ୍ତା ୨୯ ତାରିଖରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ତେଣୁ ଏନେଇ ଗୁରୁବାର ଘୁମୁସର ଗବେଷଣା ପ୍ରତିଷ୍ଠାନର ନିଜସ୍ବ କାର୍ଯ୍ୟାଳୟରେ ଉତ୍ସବ କିଭଳି ପାଳନ ହେବ ସେନେଇ ପରିଚାଳନା କମିଟିର ଏକ ବୈଠକ ବସିଥିଲା। ଏଥିରେ ସଭାପତି ଡ ସନ୍ତୋଷ କୁମାର ଆପଟ, ସମ୍ପାଦକ ତପନ କୁମାର ମିଶ୍ର, କୋଷାଧ୍ୟକ୍ଷ ଡ ଦାମୋଦର ଷଡ଼ଙ୍ଗୀ, ଡ ଶିରିଶ କୁମାର ଷଡ଼ଙ୍ଗୀ, ଅଜୟ ବିଶ୍ବାଳ, ମାଧବ ଦଳେଇ, ନେତାଜୀ ବିଷୋୟୀ, ସନ୍ତୋଷ ଜେନା ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ବାର୍ଷିକ ଅଧିବେଶନକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବେ। ଏଥିସହ ଦକ୍ଷିଣ ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ସାଂସ୍କୃତିକ ଇତିହାସ ଶୀର୍ଷକ ପୁସ୍ତକ ଉନ୍ମୋଚିତ ହେବ। ସମ୍ମିଳନୀରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବହୁ ଗବେଷକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଦିନ ତମାମ ଦୁଇଟି ଅଧିବେଶନ ଅନୁଷ୍ଠିତ ହେବ।

ଏଥିରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସମେତ ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ୱରର ଅବସରପ୍ରାପ୍ତ ନିର୍ଦ୍ଦେଶକ ଡ. ଶାନ୍ତନୁ କୁମାର ରଥ, ତାମିଲନାଡୁ କେନ୍ଦ୍ରୀୟ ବିଶବିଦ୍ୟାଳୟ ତିରୁଭାରୁର ଅବସରପ୍ରାପ୍ତ ଇତିହାସ ବିଭାଗ ମୁଖ୍ୟ ପ୍ରଫେସର ଡ ଭଗବାନ ସାହୁ, ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ ନିର୍ଦ୍ଦେଶକ ଡ. ବିଜୟ କୁମାର ସାହୁ, ଓଡ଼ିଶା ଇତିହାସ କଂଗ୍ରେସର ଉପସଭାପତି ଡ. ସୁଶାନ୍ତ ଦାସ, ଦକ୍ଷିଣ ଓଡ଼ିଶା ଇତିହାସ ସମାଜର ସମ୍ପାଦକ ଡ. ଶିବ ପ୍ରସାଦ ଦାସ, ଚାନ୍ଦିପୁଟ ଆଇଏମ୍‌ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, କେଶପୂର ସ୍ନାତକ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ ବିନୋଦ ବିହାରୀ ପଟ୍ଟନାୟକ, କରଞ୍ଜିଆ ସ୍ବୟଂଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗ ଅଧ୍ୟାପକ ଡ. ରବୀନ୍ଦ୍ର କୁମାର ଦାସ, ଧରାକୋଟ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ସୁଜିତ କୁମାର ପଣ୍ଡା ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆବାହକ ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ଶ୍ୟାମାପ୍ରସାଦ ମିଶ୍ର ଏଠାରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri