ବିଭିନ୍ନ ନୂତନ ପ୍ରକଳ୍ପ ଉଦଘାଟିତ: ନିରାଶ୍ରୟଙ୍କୁ ମିଳିବ ଆଶ୍ରୟ

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରର ବିଭିନ୍ନ ୱାର୍ଡରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପକୁ ଅଧ୍ୟକ୍ଷ ନୃପରାଜ ଯାଦବ, କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି। ୱାର୍ଡ ନ ୬ କଲୋନୀ ପଡ଼ାରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଓ ଗୋଷ୍ଠୀ କେନ୍ଦ୍ର, ୨୦ ଲକ୍ଷ ଟଙ୍କା ବ୍ୟୟରେ କେସିଙ୍ଗା ଏନଏସିର ନୂତନ ଅଫିସ ଗୃହ, ୩୫ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ଏନଏସି ପରିସରରେ ନୂତନ ଷ୍ଟାଫ କ୍ୱାଟର, ୱାର୍ଡ ନ ୧୧ରେ ୭ ଲକ୍ଷ ୯ ହଜାର ଟଙ୍କା ବ୍ୟୟରେ ମିଶନ ଶକ୍ତି ଗୃହ ଓ ସେହି ୧୧ ନମ୍ବର ୱାର୍ଡରେ ୬ ଲକ୍ଷ ୮୨ ହଜାର ଟଙ୍କା ବ୍ୟୟରେ ଏକ ଗୋଷ୍ଠୀ ଶୌଚାଳୟ ଉଦ୍‌ଘାଟନ ହୋଇଥିଲା।
ସେହିପରି ଆସନ୍ତା ମାସରେ ବଗାଡରେ ୧ କୋଟି ୨୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଲ୍ୟାଣ ମଣ୍ଡପ ,୪୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଂସେଇଖାନା ଓ ପ୍ରାୟ ୧ କୋଟି ଟଙ୍କା ବ୍ୟୟରେ ନୂତନ ନିରାଶ୍ରୟମାନଙ୍କ ପାଇଁ ଆଶ୍ରୟସ୍ଥଳୀ ଉଦ୍‌ଘାଟନ କରାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଉପ ନଗରପାଳ ସରସ୍ବତୀ ସାହା, କାଉନସିଲର ବିଦେଶୀ ଜେନା, ଶମ୍ଭୁ ବଗର୍ତ୍ତି ,ରୋହିତ ଜୈନ,ଧରଣୀଧର ନାଏକ, ଭୂପିନ ଘିଭେଲା,ପ୍ରକାଶ ବନଛୋର ଓ ସମସ୍ତ ୱାର୍ଡ କାଉନସିଲର କେସିଙ୍ଗା ଏନଏସିର କନିଷ୍ଠ ଯନ୍ତ୍ରୀ ନାରାୟଣ ମହାରଣା, ମୋହନ ସାହୁ, ଗଦାଧର ସିଂଦେଓ, ଅର୍ଜୁନ ସାହୁ,ଆକୁଳ ନାଏକ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri