ବିଭିନ୍ନ ନୂତନ ପ୍ରକଳ୍ପ ଉଦଘାଟିତ: ନିରାଶ୍ରୟଙ୍କୁ ମିଳିବ ଆଶ୍ରୟ

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରର ବିଭିନ୍ନ ୱାର୍ଡରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପକୁ ଅଧ୍ୟକ୍ଷ ନୃପରାଜ ଯାଦବ, କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି। ୱାର୍ଡ ନ ୬ କଲୋନୀ ପଡ଼ାରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଓ ଗୋଷ୍ଠୀ କେନ୍ଦ୍ର, ୨୦ ଲକ୍ଷ ଟଙ୍କା ବ୍ୟୟରେ କେସିଙ୍ଗା ଏନଏସିର ନୂତନ ଅଫିସ ଗୃହ, ୩୫ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟରେ ଏନଏସି ପରିସରରେ ନୂତନ ଷ୍ଟାଫ କ୍ୱାଟର, ୱାର୍ଡ ନ ୧୧ରେ ୭ ଲକ୍ଷ ୯ ହଜାର ଟଙ୍କା ବ୍ୟୟରେ ମିଶନ ଶକ୍ତି ଗୃହ ଓ ସେହି ୧୧ ନମ୍ବର ୱାର୍ଡରେ ୬ ଲକ୍ଷ ୮୨ ହଜାର ଟଙ୍କା ବ୍ୟୟରେ ଏକ ଗୋଷ୍ଠୀ ଶୌଚାଳୟ ଉଦ୍‌ଘାଟନ ହୋଇଥିଲା।
ସେହିପରି ଆସନ୍ତା ମାସରେ ବଗାଡରେ ୧ କୋଟି ୨୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଲ୍ୟାଣ ମଣ୍ଡପ ,୪୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଂସେଇଖାନା ଓ ପ୍ରାୟ ୧ କୋଟି ଟଙ୍କା ବ୍ୟୟରେ ନୂତନ ନିରାଶ୍ରୟମାନଙ୍କ ପାଇଁ ଆଶ୍ରୟସ୍ଥଳୀ ଉଦ୍‌ଘାଟନ କରାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଉପ ନଗରପାଳ ସରସ୍ବତୀ ସାହା, କାଉନସିଲର ବିଦେଶୀ ଜେନା, ଶମ୍ଭୁ ବଗର୍ତ୍ତି ,ରୋହିତ ଜୈନ,ଧରଣୀଧର ନାଏକ, ଭୂପିନ ଘିଭେଲା,ପ୍ରକାଶ ବନଛୋର ଓ ସମସ୍ତ ୱାର୍ଡ କାଉନସିଲର କେସିଙ୍ଗା ଏନଏସିର କନିଷ୍ଠ ଯନ୍ତ୍ରୀ ନାରାୟଣ ମହାରଣା, ମୋହନ ସାହୁ, ଗଦାଧର ସିଂଦେଓ, ଅର୍ଜୁନ ସାହୁ,ଆକୁଳ ନାଏକ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri