ଆଜି ବନ୍ଦ ରହିବ କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବୁଧବାର ସେ କଟକ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ କଟକ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ଅନୁରୋଧ କ୍ରମେ ବୁଧବାର କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି କଟକ ରାଜସ୍ବ ବିଭାଗ କମିଶନର ଘୋଷଣା କରିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଷ୍ଟ୍ରପତିଙ୍କ କଟକ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁରେ ଅବସ୍ଥାପିତ ସମସ୍ତ କାର୍ଯ୍ୟାଳୟ ଆର୍‌ଡିସି (କେନ୍ଦ୍ରୀୟ ଡିଭିଜନ୍‌), ଜିଲାପାଳଙ୍କ କାର୍ଯ୍ୟାଳୟ, ଉପଜିଲାପାଳଙ୍କ କାର୍ଯ୍ୟାଳୟ,ସବ୍‌ରେଜିଷ୍ଟ୍ରାର, ପିଡି ଡିଆର୍‌ଡିଏ, ପରିବହନ କାର୍ଯ୍ୟାଳୟ, ଜିଲା ଅବକାରୀ କାର୍ଯ୍ୟାଳୟ, ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ରାଜ୍ୟ ପରିବହନ କର୍ତ୍ତୃପକ୍ଷ କମିଶନରଙ୍କ କାର୍ଯ୍ୟାଳୟ, ଜିଲା ଟ୍ରେଜେରି, ଆଡ୍‌ଭୋକେଟ ଜେନେରାଲଙ୍କ କାର୍ଯ୍ୟାଳୟ, ତହସିଲଦାରଙ୍କ କାର୍ଯ୍ୟାଳୟ, କଲେକ୍ଟୋରେଟ୍‌ ପରିସର ସ୍ଥିତ ଏସ୍‌ବିଆଇ ମୁଖ୍ୟ କାର୍ଯ୍ୟାଳୟ ଓ ୟୁକୋ ବ୍ୟାଙ୍କ, ବାର୍‌ କାଉନ୍‌ସିଲ ନିକଟସ୍ଥ କର୍ପୋରେଶନ ବ୍ୟାଙ୍କ, ହାଇକୋର୍ଟ କ୍ୟାମ୍ପସ୍‌ସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ କାର୍ଯ୍ୟାଳୟ, ଚାନ୍ଦିନୀଚୌକସ୍ଥିତ ମୁଖ୍ୟ ପୋଷ୍ଟ ଅଫିସ୍‌, କଲେକ୍ଟୋରେଟ୍‌ ସମ୍ମୁଖସ୍ଥ ପୋଷ୍ଟ ଅଫିସ୍‌, ହାଇକୋର୍ଟ କ୍ୟାମ୍ପସ୍‌ସ୍ଥିତ ପୋଷ୍ଟ ଅଫିସ ଏବଂ ହାଇକୋର୍ଟ ନିକଟସ୍ଥ ଏଲ୍‌ଆଇସି ଅଫିସ୍‌ ଜୁଲାଇ ୨୬ ତାରିଖରେ ବନ୍ଦ ରହିବ।
ରାଷ୍ଟ୍ରପତି କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri