ଆଜି ବନ୍ଦ ରହିବ କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବୁଧବାର ସେ କଟକ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ କଟକ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ଅନୁରୋଧ କ୍ରମେ ବୁଧବାର କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି କଟକ ରାଜସ୍ବ ବିଭାଗ କମିଶନର ଘୋଷଣା କରିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଷ୍ଟ୍ରପତିଙ୍କ କଟକ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁରେ ଅବସ୍ଥାପିତ ସମସ୍ତ କାର୍ଯ୍ୟାଳୟ ଆର୍‌ଡିସି (କେନ୍ଦ୍ରୀୟ ଡିଭିଜନ୍‌), ଜିଲାପାଳଙ୍କ କାର୍ଯ୍ୟାଳୟ, ଉପଜିଲାପାଳଙ୍କ କାର୍ଯ୍ୟାଳୟ,ସବ୍‌ରେଜିଷ୍ଟ୍ରାର, ପିଡି ଡିଆର୍‌ଡିଏ, ପରିବହନ କାର୍ଯ୍ୟାଳୟ, ଜିଲା ଅବକାରୀ କାର୍ଯ୍ୟାଳୟ, ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ରାଜ୍ୟ ପରିବହନ କର୍ତ୍ତୃପକ୍ଷ କମିଶନରଙ୍କ କାର୍ଯ୍ୟାଳୟ, ଜିଲା ଟ୍ରେଜେରି, ଆଡ୍‌ଭୋକେଟ ଜେନେରାଲଙ୍କ କାର୍ଯ୍ୟାଳୟ, ତହସିଲଦାରଙ୍କ କାର୍ଯ୍ୟାଳୟ, କଲେକ୍ଟୋରେଟ୍‌ ପରିସର ସ୍ଥିତ ଏସ୍‌ବିଆଇ ମୁଖ୍ୟ କାର୍ଯ୍ୟାଳୟ ଓ ୟୁକୋ ବ୍ୟାଙ୍କ, ବାର୍‌ କାଉନ୍‌ସିଲ ନିକଟସ୍ଥ କର୍ପୋରେଶନ ବ୍ୟାଙ୍କ, ହାଇକୋର୍ଟ କ୍ୟାମ୍ପସ୍‌ସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ କାର୍ଯ୍ୟାଳୟ, ଚାନ୍ଦିନୀଚୌକସ୍ଥିତ ମୁଖ୍ୟ ପୋଷ୍ଟ ଅଫିସ୍‌, କଲେକ୍ଟୋରେଟ୍‌ ସମ୍ମୁଖସ୍ଥ ପୋଷ୍ଟ ଅଫିସ୍‌, ହାଇକୋର୍ଟ କ୍ୟାମ୍ପସ୍‌ସ୍ଥିତ ପୋଷ୍ଟ ଅଫିସ ଏବଂ ହାଇକୋର୍ଟ ନିକଟସ୍ଥ ଏଲ୍‌ଆଇସି ଅଫିସ୍‌ ଜୁଲାଇ ୨୬ ତାରିଖରେ ବନ୍ଦ ରହିବ।
ରାଷ୍ଟ୍ରପତି କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri