ବିଭିନ୍ନ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା: ଦାରିଙ୍ଗବାଡି ବ୍ଲକ ରେ ବିକ୍ଷୋଭ ଶୋଭାଯାତ୍ରା ସହ ଦୋକାନ ବଜାର ବନ୍ଦ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ବିଭିନ୍ନ ସଂଗଠନ ପକ୍ଷରୁ ମଙ୍ଗଳବାର ଭାରତବନ୍ଦ ଡାକରା ଦିଆଯାଇଥିଲା ଏଥିରେ ଦାରିଙ୍ଗବାଡି ବ୍ଲକ ପ୍ରଭାବିତ ହୋଇଥିଲା। ଉକ୍ତ ବ୍ଲକର ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ସମେତ ବ୍ରାହ୍ମଣୀଗାଁ, ଦାରିଙ୍ଗବାଡି ଏବଂ ସିମନବାଡିରେ ଦୋକାନବଜାର ବନ୍ଦ ରହିବା ସହ କିଛି ସ୍ଥାନରେ ଗାଡି ମୋଟର ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ତେବେ ବ୍ରହ୍ମପୁରରୁ ଦାରିଙ୍ଗବାଡି ଦେଇ ବସ ଚଳାଚଳ କରିଥିଲା। ଖବର ଲେଖିବା ସୁଦ୍ଧା ଅପରାହ୍ନରେ ଏହି ବନ୍ଦ ଡାକରାକୁ ବନ୍ଦ କରିଥିଲେ ଆନ୍ଦୋଳନକାରୀ । ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀ ମାନେ ଟାୟାର ଜାଳି ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ବ୍ରାହ୍ମଣୀଗାଁରେ ସଭା ଓ ଶୋଭାଯାତ୍ରା ମାଧ୍ୟମରେ ବିକ୍ଷୋଭ କରାଯାଇଥିବା ଦେଖିବାକୁ ମିକିଛି।
ପ୍ରକାଶ ଯେ ଦଳିତ, ଆଦିବାସୀ, ପଛୁଆବର୍ଗ ଏବଂ ସଂଖ୍ୟାଲଘୁ ଉପରେ ଅତ୍ୟାଚାର ବିରୋଧରେ ଦାବି ସହ ଗୃହ ମନ୍ତ୍ରୀ ଅମିତ ସାହାଙ୍କ ଦ୍ୱାରା ଭୀମରାଓ ଆମ୍ବେଦକରଙ୍କ ସମ୍ପର୍କରେ ଅପମାନ ଜନିତ ମନ୍ତବ୍ୟ ବିରୋଧ, ଇଭିଏମ ବଦଳରେ ବାଲଟ ପେପରରେ ନିର୍ବାଚନ କରାଯିବା ଦାବି ସପକ୍ଷରେ, କେନ୍ଦ୍ର ସରକାରଙ୍କ ଦ୍ୱାରା ଓବିସି ମାନଙ୍କ ଜାତିଆଧାର ଜନ ଗଣନା ନକରାଯିବା ପ୍ରତିବାଦ ଆଦି ବିରୋଧ କରାଯାଇ ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା, ରାଷ୍ଟ୍ରୀୟ ପରିବର୍ତ୍ତନ ମୋର୍ଚ୍ଚା,ବହୁଜନ କ୍ରାନ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ ଖ୍ରୀଷ୍ଟିୟାନ ଓ ମୁସଲିମ ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିଲା। ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଶାନ୍ତି ବଜାୟ ରଖିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୃତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?