ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏହି କ୍ରମରେ ରବିବାର ବରଗଡ଼ ନାଗରିକ ମଞ୍ଚ ଆହ୍ବାନରେ ଏକ ସାଧାରଣ ସଭା ହୋଇଥିଲା। ସଭାରେ ସ୍ଥାନୀୟ ବିଭିନ୍ନ ସଂଗଠନର ପ୍ରତିନିଧିମାନେ ଯୋଗ ଦେଇ ଆଇନ ଶୃଙ୍ଖଳା ପରିସ୍ଥିତିର ମୁକାବିଲା ନେଇ ନିଜ ମତ ରଖିଥିଲେ ।

ବରଗଡ଼ର ବର୍ତ୍ତମାନ ଆଇନ ଶୃଙ୍ଖଳା ପରିସ୍ଥିତି, ନିଶା ଓ ଅପରାଧିକ କାର୍ଯ୍ୟକଳାପର ବୃଦ୍ଧି ନେଇ ଉଦବେଗ ପ୍ରକାଶ ପାଇଥିଲା । ଏହି ସମସ୍ୟାଗୁଡ଼ିକର ପ୍ରତିବାଦ ଓ ସମାଧାନ ପାଇଁ ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଥିଲା ଏବଂ ଏଥିପାଇଁ ସମସ୍ତେ ଏକତ୍ରିତ ହେବାକୁ ଆହ୍ୱାନ କରାଯାଇଥିଲା । ଗତ କିଛିଦିନତଳେ ନାଗରିକ ମଞ୍ଚ ସଭାପତି ଭୀଷ୍ମଦେବ ସରାଫଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣା ଉପରେ ଆଲୋଚନା ଏବଂ ଏହି ଘଟଣାକୁ ନିନ୍ଦା କରାଯାଇଥିଲା । ଉକ୍ତ ସାଧାରଣ ସଭାରେ ବରଗଡ଼ ମହିଳା ସମିତି, ସମଲେଶ୍ୱରୀ ସଂଘ, କୋଶଲ ସେନା, ଅଟୋ ରିକ୍ସା ସଂଘ, ବସ ମାଲିକ ସଂଘ, ପୂର୍ବତନ ସୈନିକ ସଂଘ, ବ୍ୟବସାୟୀକ ସଂଘ, ସଂକଳ୍ପ ପରିବାର, ଆମ୍ବେଦକର ଯୁବକ ସଂଘ, ନିଷ୍ଠା ପରିବାର ଆଦି ସଂଗଠନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ନାଗରିକ ମଞ୍ଚର ସମ୍ପାଦକ ଭବାନୀ ସାହୁ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଆଡଭୋକେଟ୍ ହରିହର ପ୍ରଧାନ, ମହେଶ ଅଗ୍ରୱାଲ, ରାଜକୁମାର ବିଶି, ପ୍ରିତମ ସିଂ, ବାସୁଦେବ ଦାଶ, ଶେଖ ନଜ୍ଜୁ, କବି ମହାରଣା, ମନ୍ଦାକିନୀ ପତି, ସୂର୍ଯ୍ୟ ପ୍ରକାଶ ଦାଶ, ମାନସ ଚାନ୍ଦ, ବିରବଲ ମହାକୁଡ଼, ରିନୁ ପତି, ବୈଜୟନ୍ତି ପଣ୍ଡା, ମିଲିପମା ବେହେରା, ଅନୁପ ଶତପଥି, ସଚ୍ଚି ପଣ୍ଡା, ଶୟନ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ନିଜ ମତ ରଖିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?