ବିଭିନ୍ନ ନଦୀ ଫୁଲୁଛି, ପାଣିଘେରରେ ତଳିଆ ଅଞ୍ଚଳ

ଭଦ୍ରକ ଅଫିସ, ୨୨।୮: ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପ୍ରବାହିତ ବିଭିନ୍ନ ନଦୀରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଫଳରେ ୬ ବ୍ଲକର ୨ଶହରୁ ଊର୍ଦ୍ଧ୍ୱ ଗଁା ଜଳମଗ୍ନ ହେବା ସହ ୧୬,୫୫୪ ହେକ୍ଟର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଥିବା ପ୍ରଶାସନ ପକ୍ଷରୁ ପ୍ରାଥମିକ ରିପୋର୍ଟରେ ପ୍ରକାଶ କରାଯାଇଛି। ପ୍ରଥମ ବନ୍ୟାଜଳ କମି ନ ଥିବା ବେଳେ ଶନିବାରଠାରୁ ପୁଣିଥରେ ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଶନିବାର ଜିଲାର କୌଣସି ସ୍ଥାନରେ ବର୍ଷା ହୋଇ ନ ଥିଲେ ମଧ୍ୟ ଉପରମୁଣ୍ଡ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲୁଛି।
ଶନିବାର ରାତିରୁ ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି। ଧାମନଗର ବ୍ଲକରେ ବୈତରଣୀ, ସାଳନ୍ଦୀ, ଗେଙ୍ଗୁଟି ଓ କୋଚିଳା ନଦୀରେ ଜଳସ୍ତର ବଢ଼ିବାରୁ ତଳିଆ ଅଞ୍ଚଳର ଗଁାଗୁଡ଼ିକ ପାଣିଘେରରେ ରହିଛି। ସେହିପରି ବାସୁଦେବପୁର ବ୍ଲକରେ କାଂଶବାଂଶ, କଞ୍ଚୁଡ଼ି, ଧଳା, ମନ୍ତେଇ, ଗମେଇ ଏବଂ ତିହିଡ଼ି ବ୍ଲକରେ ରେବ, କପାଳୀ ଓ ସାଳନ୍ଦୀରେ ଦ୍ୱିତୀୟ ଥର ବନ୍ୟାଜଳ ଆସି ବିଭିନ୍ନ ଗଁା ଜଳମଗ୍ନ ହୋଇଛି। ଧାମନଗର ବ୍ଲକର ପାଳସାହି ପଞ୍ଚାୟତ ଅଧୀନ ତେଲିପାଟନା ଗ୍ରାମ ନିକଟସ୍ଥ ବୈତରଣୀ ନଦୀବନ୍ଧରେ ଦୁଇଟି ଘଳିଆ ସୃଷ୍ଟି ହୋଇଛି। ନଦୀରେ ଜଳସ୍ତର ଅଧିକ ଥିବାରୁ ନଦୀବନ୍ଧ ଭାଙ୍ଗିଯିବା ଆଶଙ୍କାରେ ସ୍ଥାନୀୟ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ରଇପୁର ପଞ୍ଚାୟତ ବାଙ୍କସାହିର ବିଭିନ୍ନ ରାସ୍ତାରେ ପାଣି ଚାଲୁଛି। ଏନେଇ ଧାମନଗରସ୍ଥିତ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ କିଶୋର ଚନ୍ଦ୍ର ନାୟକ ଘଳିଆ ସୃଷ୍ଟି ହୋଇଥିବା ସ୍ଥାନରେ ବାଲିବସ୍ତା ପ୍ୟାକିଂର ବ୍ୟବସ୍ଥା କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri