ଦିଗପହଣ୍ଡିରେ ଜନତା ହୋଟେଲ ସହ ବିଭିନ୍ନ ଦୋକାନ ସିଲ୍‌ : ୭ ଦିନ ରହିବ ବଳବତ୍ତର

ଦିଗପହଣ୍ଡି,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡସ୍ଥିତ ଜନତା ହୋଟେଲକୁ ରବିବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ସେହିପରି ଅନ୍ୟ ୩ଟି ଗ୍ରୋସରି ଦୋକାନକୁ ମଧ୍ୟ ସିଲ କରାଯିବା ସହ ଲୁଚା ଚୋରାରେ ବିକ୍ରି ହେଉଥିବା ମାଛ,ମାଂସ ଓ ଚିକେନ ଦୋକାନ ଉପରେ ଚଢ଼ାଉ କରାଯାଇ ଜରିମାନା ଆଦାୟ ହୋଇଛି। ଅତର୍କିତ ଚଢ଼ାଉରେ ଦିଗପହଣ୍ଡି ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ଅତିରିକ୍ତ ତହସିଲଦାର କଳାକୃଷ୍ଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ଶଟ୍‌ଡାଉନରେ କିଛି ବ୍ୟବସାୟୀ ବେଆଇନ ଭାବେ ବ୍ୟବସାୟ ଚଳାଇଥିବା ସୂଚନାପାଇ ଦିଗପହଣ୍ଡି ତହସିଲଦାରଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ବଜାର ଓ ବସଷ୍ଟାଣ୍ଡ ଅଞ୍ଚଳରେ ପାଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଜନତା ହୋଟେଲ ସମେତ ନିର୍ଦ୍ଦିଷ୍ଟ କିଛି ଗ୍ରୋସରି ଦୋକାନ ଓ ରାସ୍ତାକଡ଼ରେ ଥିବା ମାଛ, ମାଂସ ଦୋକାନଗୁଡିକରେ ବହୁ ସଂଖ୍ୟକ ଗ୍ରାହକଙ୍କ ଭିଡ଼ ଲାଗିଥିଲା। ଗ୍ରାହକମାନେ ସାମାଜିକ ଦୂରତା ନିୟମକୁ ଉଲ୍ଲଂଘନ କରିବାସହ ଅନେକ ମାସ୍କ ପିନ୍ଧି ନଥିଲେ। ଦୋକାନୀମାନେ ମଧ୍ୟ ପାଖରେ ସାନିଟାଇଜର ରଖି ନ ଥିବା ବେଳେ ହାତରେ ଗ୍ଲୋବସ ପିନ୍ଧି ନଥିଲେ। ଏ ନେଇ ତହସିଲଦାର ସବୁ ଦୋକାନଗୁଡ଼ିକୁ ବନ୍ଦ କରିଦେବା ସହ ଗ୍ରାହକ ମାନଙ୍କୁ ଦୋକାନ ମଧ୍ୟରୁ ଘଉଡାଇ ଦେଇଥିଲେ। ପରେ ସେସବୁ ଦୋକାନ ଗୁଡ଼ିକୁ ତାଲା ପକାଇ ଜଉମୁଦ ଦେଇ ସିଲ୍‌ କରାଯାଇଥିବା ଜଣାପଡିଛି। ଦୋକାନ ଗୁଡ଼ିକୁ ୭ ଦିନ ଯାଏ ସିଲ କରି ରଖାଯିବ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ବ୍ୟବସାୟୀମାନେ ନିର୍ଦ୍ଧାରିତ ସିକାରୋକ୍ତି ପ୍ରଦାନ ସହ ଜରିମାନା ଦାଖଲ କରିବାପରେ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri