ନବୀନ ନିବାସରେ ବର୍ଷା

ଭୁବନେଶ୍ୱର,୨୧।୪: ନବୀନ ନିବାସରେ ପହଞ୍ଚିିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଟିକେଟ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ପାଇଁ ରବିବାର ବର୍ଷା ପହଞ୍ଚିଥିବା କୁହାଯାଉଛି। ତେବେ ବଡଚଣାରୁ ବର୍ଷାଙ୍କୁ ପ୍ରାର୍ଥୀ କରିଛି ଦଳ । ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ବର୍ଷାଙ୍କୁ ପ୍ରାର୍ଥୀ କରାଯାଇଛି । ଏନେଇ ଶନିବାର ଘୋଷଣା ହେବା ପରେ ସେ ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ଆଜି ସେ ନବୀନ ନିବାସରେ ପହଞ୍ଚିି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

ପ୍ରକାଶ ଯେ, ବିଧାନସଭା ନିର୍ବାଚନ ପାଇଁ ଯାଜପୁର ବଡ଼ଚଣା ନିର୍ବାଚନ ମଣ୍ଡଳୀରୁ ଟିକେଟ ପାଇବା ପରେ ବର୍ଷା ପ୍ରତିକ୍ରିୟା ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ମୋ ପ୍ରତି ଆସ୍ଥା ପ୍ରକଟ କରିଥିବାରୁ କୃତଜ୍ଞତା ଜଣାଉଛି । ମୁଖମନ୍ତ୍ରୀଙ୍କ ବିଶ୍ୱାସ ଓ ଭରସାକୁ ସମ୍ମାନ ଜଣାଉଛି। ଆଗାମୀ ଦିନରେ ତାଙ୍କର ଏହି ବିଶ୍ୱାସକୁ ଅତୁଟ ରଖିବି । ବଡ଼ଚଣା ମାଟିର ସମସ୍ତ ମା’ ମାଉସୀଙ୍କୁ ଭୁମିଷ୍ଠ ପ୍ରଣାମ ଜଣାଉଛି। ସେମାନଙ୍କର ସୁଖଦୁଃଖରେ ଛିଡ଼ା ହେବି । ବଡ଼ଚଣାର ବିକାଶ ପାଇଁ ଶତ ପ୍ରତିଶତ ନୁହେଁ ହଜାର ପ୍ରତିଶତ ଚେଷ୍ଟା ଜାରି ରଖିବି। ସରକାରଙ୍କ ବିକାଶମୂଳକ କାର୍ଯ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବି । ମହିଳା ସଶକ୍ତି କରଣକୁ ଆହୁରି କେମିତି ଆଗକୁ ନିଆଯାଇପାରିବ ସେଥିପାଇଁ ଗୁରୁତ୍ୱ ଦେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri