ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ ଆବେଦନ କରିଥିବାରୁ ଏହି ମାମଲାର ଆଜି ଅନ୍ତ ଘଟାଇଛନ୍ତି ହାଇକୋର୍ଟ।

ସୂଚନାଯୋଗ୍ୟ, ବିବାହ ବିଚ୍ଛେଦ ପାଇଁ ଅନୁଭବ ଦିଲ୍ଲୀ ପଟିଆଲା କୋର୍ଟରେ ଆବେଦନ କରିଥିଲେ। ଅପରପକ୍ଷରେ ବର୍ଷା ପାରିବାରିକ ହିଂସା ଓ ରକ୍ଷଣାବେକ୍ଷଣ ସଂକ୍ରାନ୍ତରେ ଏକ ମାମଲା କଟକର ପାରିବାରିକ ଅଦାଲତରେ କରିଥିଲେ । ସେହିପରି ଦିଲୀ କୋର୍ଟରେ ହୋଇଥିବା ମାମଲାକୁ ଓଡ଼ିଶା ସ୍ଥାନାନ୍ତର ପାଇଁ ମଧ୍ୟ ସେ ଏକ ଆବେଦନ କରିଥିଲେ । ପରେ କୋର୍ଟ ଅନୁଭବଙ୍କ ମାମଲାକୁ ସ୍ଥାନାନ୍ତର କରିଥିଲେ ।

ତେବେ ମାମଲା ପରିଚାଳନାରେ ବିଳମ୍ବ ହେଉଥିବାରୁ ଅନୁଭବ ଏନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କଟକ ପାରିବାରିକ ଅଦାଲତରେ କେବେ ଅନୁଭବ ତ ଆଉ କେବେ ବର୍ଷା ଅନୁପସ୍ଥିତ ରହୁଥିଲେ। ଏଥିପାଇଁ ଉଭୟ ପରସ୍ପରକୁ ଦୋଷାରୋପ କରୁଥିଲେ। କିନ୍ତୁ ଏବେ ପାରିବାରିକ ଅଦାଲତରେ ଏହାର ଶୁଣାଣି ଆରମ୍ଭ ହୋଇଯାଇଛି । ବର୍ଷା ଓ ଅନୁଭବଙ୍କ ମଧ୍ୟରେ ଆପୋଷ ଆଲୋଚନା ନିମନ୍ତେ ବହୁ ଉଦ୍ୟମ ସତ୍ତ୍ୱେ ତାହା ବିଫଳ ହୋଇଛି। ଫଳରେ ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ନିଶ୍ଚିତ ହୋଇସାରିଛି ବୋଲି ସ୍ପଷ୍ଟ ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri