ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବାପରେ ବର୍ଷା କହିଛନ୍ତି, ମୁଁ ନବୀନ ପଟ୍ଟନାୟକଙ୍କ ବଡ଼ ପ୍ରଶଂସକ। ତାଙ୍କ ଉଦ୍ଦେଶ୍ୟରେ ନିମକି ଫିଲ୍ମ କରିଥିଲି। ତାଙ୍କ ବ୍ୟକ୍ତିତ୍ୱ ମୋତେ ଅନୁପ୍ରାଣିତ କରିଛି। ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ। ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ।
ଗତ ନିର୍ବାଚନରେ ବର୍ଷା ବିଜେଡିର ଷ୍ଟାର କ୍ୟାମ୍ପନର୍‌ ଥିଲେ। ଯଦିଓ ସେ ଦଳରେ ଯୋଗ ଦେଇ ନ ଥିଲେ କିନ୍ତୁ ସେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଣେ ବଡ ସମର୍ଥକ ଭାବେ ଜଣାଶୁଣା। ନିକଟରେ ବର୍ଷାଙ୍କ ପୂର୍ବତନ ସ୍ବାମୀ ଅନୁଭବ ମହାନ୍ତି ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri