ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ଶେଷ

କଟକ,୧ା୮ (କାର୍ତ୍ତିକ ସାହୁ):କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲାର ଶୁଣାଣି କଟକ ପରିବାର ଅଦାଲତରେ ସୋମବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷାଙ୍କ ପୂର୍ଣ୍ଣାଙ୍ଗ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି। ଅନୁଭବଙ୍କ ଓକିଲ ପ୍ରାୟ ୨ ଘଣ୍ଟା ଧରି ବର୍ଷାଙ୍କୁ ଜେରା କରି ୧୮୦ରୁ ୧୮୫ଟି ପ୍ରଶ୍ନ ପଚାରିଥିବା ଜଣାପଡିଛି। ଆଗାମୀ ଏକ ସପ୍ତାହ ମଧ୍ୟରେ ଉଭୟ ପକ୍ଷ ପରିବାର ଅଦାଲତରେ ନିଜର ଯୁକ୍ତି ଉପସ୍ଥାପନ କରିବେ। ଏଥିସହ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଅକ୍ଟୋବର ୧୩ ସୁଦ୍ଧା ମାମଲାର ରାୟ ପ୍ରକାଶ ପାଇବ।
ମାମଲାର ବିବରଣୀ ଅନୁସାରେ, କଟକ ପରିବାର ଅଦାଲତରେ ଅନୁଭବ-ବର୍ଷାଙ୍କ ଛାଡ଼ପତ୍ର ମାମଲାର ଶୁଣାଣି ବିଳମ୍ବ ହେଉଥିବା ଦର୍ଶାଇ ମାମଲାକୁ ଖୋର୍ଦ୍ଧା ପରିବାର ଅଦାଲତକୁ ସ୍ଥାନାନ୍ତର କରିବା ପାଇଁ ଅନୁଭବଙ୍କ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। କଟକ ପରିବାର ଅଦାଲତ ବର୍ଷାଙ୍କ ପ୍ରତି ଅହେତୁକ ଅନୁକମ୍ପା ପ୍ରଦର୍ଶନ କରୁଥିବା ଓ ଜାଣିଶୁଣି ବର୍ଷାଙ୍କ ସାକ୍ଷ୍ୟଗ୍ରହଣରେ ମହଲତ ଦେଉଥିବା ଅନୁଭବ ଦର୍ଶାଇଥିଲେ। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧରଙ୍କ ଖଣ୍ଡପୀଠ ଗତ ଜୁଲାଇ ୧୩ ତାରିଖରେ ମାମଲାର ଶୁଣାଣି କରି ଜୁଲାଇ ୩୧ ସୁଦ୍ଧା ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ଶେଷ କରିବା ସହ ଆଗାମୀ ୩ ମାସ ମଧ୍ୟରେ ମାମଲାର ରାୟ ପ୍ରକାଶ କରିବାକୁ କଟକ ପରିବାର ଅଦାଲତକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଖୋର୍ଦ୍ଧା ପରିବାର ଅଦାଲତକୁ ମାମଲା ସ୍ଥାନାନ୍ତର ପାଇଁ ଅନୁଭବଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଥିଲେ।
ଉଲ୍ଲେଖଯୋଗ୍ୟ, ଅନୁଭବ ତାଙ୍କ ସ୍ତ୍ରୀ ବର୍ଷାଙ୍କୁ ଛାଡ଼ପତ୍ର ଦେବା ନିମନ୍ତେ ଦିଲ୍ଲୀର ପଟିଆଲା କୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ପୁଣି ବର୍ଷାଙ୍କ ଆବେଦନ ଅନୁସାରେ ପଟିଆଲା କୋର୍ଟରୁ କଟକର ପରିବାର ଅଦାଲତକୁ ମାମଲା ସ୍ଥାନାନ୍ତର ହୋଇଥିଲା। କଟକ ପରିବାର ଅଦାଲତରେ ଏହି ମାମଲାରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ପୂର୍ବରୁ ଶେଷ ହୋଇଥିବା ବେଳେ ବର୍ଷାଙ୍କୁ ସାକ୍ଷ୍ୟ ଗ୍ରହଣ ସମ୍ପୂର୍ଣ୍ଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri