Posted inଖେଳ

ଭାରତୀୟ ଦିନିକିଆ ଦଳରେ ବରୁଣ ଚକ୍ରବର୍ତ୍ତୀ

ନାଗପୁର, ୫ା୨ : ନିକଟରେ ଶେଷ ହୋଇଥିବା ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜରେ ଉଚ୍ଚକୋଟୀର ପ୍ରଦର୍ଶନ ପାଇଁ ଫର୍ମରେ ଥିବା ରହସ୍ୟମୟ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଭାରତୀୟ ଅନ୍ତର୍ଜାତୀୟ ଦିନିକିଆ ଦଳରେ ସାମିଲ କରାଯାଇଛି। କୋଲକାତା ନାଇଟ ରାଇଡର୍ସ (କେକେଆର)ର ଏହି ରହସ୍ୟମୟ ସ୍ପିନର ତାଙ୍କ ଫର୍ମକୁ ବଜାୟ ରଖନ୍ତୁ ବୋଲି ଟିମ୍‌ ମ୍ୟାନେଜମେଣ୍ଟ ଚାହେଁ। ଚାମ୍ପିୟନ୍ସ ଟ୍ରଫିକୁ ଦୃଷ୍ଟିରେ ରଖି ଏହା କରାଯାଇଥିବା କୁହାଯାଉଛି। ଚାମ୍ପିୟନ୍ସ ଟ୍ରଫି ଲାଗି ଘୋଷଣା କରାଯାଇଥିବା ଖେଳାଳି ତାଲିକାରେ ୪ ସ୍ପିନର ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଚକ୍ରବର୍ତ୍ତୀଙ୍କୁ ସାମିଲ କରାଯାଇପାରେ ବୋଲି ଶୁଣାଯାଉଛି। ସମ୍ଭବତଃ କୁଲ୍‌ଦୀପ ଯାଦବ ଓ ଓ୍ବାଶିଂଟନ ସୁନ୍ଦରଙ୍କ ମଧ୍ୟରୁ ଜଣକୁ ବାଦ୍‌ ଦେଇ ତାଙ୍କ ସ୍ଥାନରେ ନିଆଯାଇ ପାରେ। ଚାମ୍ପିୟନ୍ସ ଟ୍ରଫି ପାଇଁ ଏପର୍ଯ୍ୟନ୍ତ ଭାରତର ଚୂଡ଼ାନ୍ତ ଦଳ ଘୋଷଣା କରାଯାଇ ନାହିଁ। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆରେ ଚକ୍ରବର୍ତ୍ତୀଙ୍କ ପ୍ରଦର୍ଶନ କିପରି ରହୁଛି ଚାମ୍ପିୟନ୍ସ ଟ୍ରଫିରେ ସ୍ଥାନ ମିଳିବା ତା’ ଉପରେ ସବୁ ନିର୍ଭର କରୁଛି। ଇଂଲଣ୍ଡ ବିପକ୍ଷ ୫ ଅନ୍ତର୍ଜାତୀୟ ଟି୨୦ରେ ଚକ୍ରବର୍ତ୍ତୀ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।
ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତର ଅପ୍‌ଡେଟେଡ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ୍‌ (ଉପଅଧିନାୟକ), ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ୍‌ ରାହୁଲ (ଉଇକେଟକିପର), ରିଷଭ ପନ୍ତ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, କୁଲ୍‌ଦୀପ ଯାଦବ, ହର୍ଷିତ ରାଣା, ହମ୍ମଦ ଶାମି, ଅର୍ଶଦୀପ ସିଂ ଓ ବରୁଣ ଚକ୍ରବର୍ତ୍ତୀ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri