Posted inଖେଳ

ହୀରା ଭଳି ଚମକୁଛନ୍ତି ବରୁଣ ଚକ୍ରବର୍ତ୍ତୀ, ୧୦ ଉଇକେଟ ନେଇ ରଚିଲେ ଇତିହାସ

ରାଜକୋଟ, ୨୮।୧- ଇଂଲଣ୍ଡ ବିପକ୍ଷ ସିରିଜରେ ଚମକୁଛନ୍ତି ଚମତ୍କାର ଫର୍ମରେ ଥିବା ଭାରତ ସ୍ପିନର ବରୁଣ ଚକ୍ରବର୍ତ୍ତୀ । ଏଠାରେ ଖେଳାଯାଇଥିବା ତୃତୀୟ ଟି୨୦ରେ ସେଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ତାଙ୍କ ଚକ୍ରବ୍ୟୁହରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଫସି ଯାଇଥିଲେ। ଫଳରେ ସେ ୪ ଓଭରରେ ମାତ୍ର ୨୪ ରନ ଦେଇ ୫ ଉଇକେଟ ଅକ୍ତିଆର କରିଥିଲେ। ଏହି ଖେଳାଳି ଟି୨୦ ସିରିଜରେ ମୋଟ ୧୦ ଉଇକେଟ ନେବା ପରେ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି।

ବରୁଣ ଚକ୍ରବର୍ତ୍ତୀ ଇଂଲଣ୍ଡ ବିପକ୍ଷରେ ୩ ଟି୨୦ ମ୍ୟାଚ୍‌ ଖେଳି ୧୦ ଉଇକେଟ ନେଇଛନ୍ତି। କୋଲକାତା ଟି-୨୦ରେ ସେ ୨୩ ରନ ଦେଇ ୩ ଉଇକେଟ ନେଇଥିଲେ। ସେ ଚେନ୍ନାଇରେ ୨ ଉଇକେଟ ନେବାରେ ସଫଳ ହୋଇଥିଲେ ଏବଂ ଏବେ ରାଜକୋଟରେ ଏହି ଖେଳାଳି ୫ ଉଇକେଟ ନେଇ ୧୦ ଉଇକେଟ ପୂରଣ କରିଛନ୍ତି। ବରୁଣ ଚକ୍ରବର୍ତ୍ତୀ ପ୍ରଥମ ଭାରତୀୟ ଖେଳାଳି ଯିଏ ଦୁଇଟି ଟି-୨୦ ସିରିଜରେ ୧୦ କିମ୍ବା ତା’ଠାରୁ ଅଧିକ ଉଇକେଟ ନେବାର ସଫଳତା ହାସଲ କରିଛନ୍ତି।

ପୂର୍ବରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ବରୁଣ ୧୨ ଉଇକେଟ ନେଇଥିଲେ। ଏବେ ସେ ଇଂଲଣ୍ଡ ବିପକ୍ଷରେ ମଧ୍ୟ ୧୦ ଉଇକେଟ ନେଇଛନ୍ତି। ବରୁଣଙ୍କ ସ୍ପିନ ଜାଲରେ ବିପକ୍ଷ ବ୍ୟାଟ୍ସମ୍ୟାନମାନେ ଫସି ଯାଉଛନ୍ତି।

କହିରଖୁଛୁ, ତୃତୀୟ ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ସ୍ପିନର ବରୁଣ ଚକ୍ରବର୍ତ୍ତୀ କ୍ୟାରିୟରରେ ଦ୍ୱିତୀୟ ଥରପାଇଁ ୫ ଉଇକେଟ ସଫଳତା ପାଇଥିଲେ। ସେ ୪ ଓଭରରେ ମାତ୍ର ୫ ଉଇକେଟ ଅକ୍ତିଆର କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଏବଂ ରବି ବିଷ୍ଣୋଇ ଓ ଅକ୍ଷର ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପ୍ରତ୍ୟାବର୍ତ୍ତନ ମ୍ୟାଚରେ କିନ୍ତୁ ମହମ୍ମଦ ଶାମିଙ୍କୁ ଖାଲି ହାତରେ ରହିବାକୁ ପଡ଼ିଛି। ସେ ଭାରତ ପକ୍ଷରୁ ବୋଲିଂ ଓପନ କରି ୩ ଓଭରରେ ୨୫ ରନ ବ୍ୟୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri