Posted inଖେଳ

ଆର୍‌ସିବି ଧୁରନ୍ଧରଙ୍କୁ ଘାଇଲା କଲେ କେକେଆର୍‌ର ଏହି ସ୍ପିନର୍‌; କୋହଲି କହିଲେ‘ଏକ୍ସ ଫ୍ୟାକ୍ଟର’

ଆବୁଧାବି,୨୧।୯: ୟୁଏଇରେ ପ୍ରଥମ ମ୍ୟାଚ୍‌ରେ ଉଲ୍ଲେଖନୀୟ ବୋଲିଂ କରି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ। ବରୁଣ ଆର୍‌ସିବି ବିପକ୍ଷ ମ୍ୟାଚ୍‌ରେ ବୋଲିଂ କରି ମାତ୍ର ୧୩ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ବ୍ୟାଟ୍ସମ୍ୟାନ୍‌ମାନଙ୍କୁ ରନ୍‌ କରିବାକୁ ଦେଇ ନ ଥିବାରୁ ଆର୍‌ସିବି ୧୯ ଓଭରରେ ମାତ୍ର ୯୨ ରନ୍‌ କରି ଅଲ୍‌ଆଉଟ୍‌ ହୋଇଥିଲେ। ଏହାକୁ ନେଇ ବରୁଣଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ଭାବେ ଚୟନ କରାଯାଇଥିଲା।

୨୦୨୦ରେ ୟୁଏଇରେ ଖେଳାଯାଇଥିବା ଆଇପିଏଲ୍‌ରେ ଭଲ ପ୍ରଦର୍ଶନ କରିଥିଲେ ବରୁଣ। ସେ ପୁଣିଥରେ ଆଇପିଏଲ୍‌ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରୁ ନିଜର କମାଲ ଦେଖାଇଥିବାରୁ ତାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଆର୍‌ସିବି ଅଧିନାୟକ ବିରାଟ କୋହଲି। ମ୍ୟାଚ୍‌ ଶେଷ ହେବା ପରେ କୋହଲି କହିଛନ୍ତି, ବରୁଣ ଭାରତ ପାଇଁ ଯେତେବେଳେ ଖେଳିବେ, ସେ ଏକ୍ସ ଫ୍ୟାକ୍ଟର ପାଲଟିବେ। ଯେଉଁ ଯୁବ ଖେଳାଳିମାନଙ୍କୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ସୁଯୋଗ ମିଳିଛି ସେମାନଙ୍କୁ ଏହି ଲିଗ୍‌ରେ ଭଲ ପ୍ରଦର୍ଶନ କରୁଥିବା ଦେଖିବାକୁ ଇଚ୍ଛା। ଏହାଦ୍ୱାରା ଭାରତୀୟ ଟିମ୍‌ ମଜଭୂତ ହେବ। ବରୁଣ ଭବିଷ୍ୟତରେ ଭାରତ ପାଇଁ ଖେଳିବେ। ଏହା ଭଲ ସଙ୍କେତ ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri