ଖୁବ୍‌ଶୀଘ୍ର ବାପା ହେବେ ବରୁଣ!

ଅଭିନେତା ବରୁଣ ଧାୱନ ଏବଂ କ୍ରିତି ସାନନଙ୍କ ଅଭିନୀତ କମେଡି ଫିଲ୍ମ ‘ଭେଡିଆ’ ନଭେମ୍ବର ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଦୀର୍ଘ ଦିନ ଧରି ଫିଲ୍ମକୁ ନେଇ ଦର୍ଶକ ବହୁତ ଉତ୍ସାହିତ ଥିଲେ। ଏଥିସହିତ କ୍ରିତିଙ୍କ ସହ ବରୁଣ ତାଙ୍କ ଫିଲ୍ମକୁ ବକ୍ସ ଅଫିସରେ ହିଟ କରିବା ପାଇଁ କୌଣସି ସୁଯୋଗ ହାତଛଡା କରୁ ନାହାଁନ୍ତି। ନିକଟରେ ଦୁହେଁ ଫିଲ୍ମର ପ୍ରମୋଶନ ପାଇଁ ସଲମାନ ଖାନଙ୍କ ହୋଷ୍ଟ ଶୋ ‘ବିଗ ବସ ୧୬’ର ସେଟ୍‌ରେ ପହଞ୍ଚିଥିଲେ। ଏଠାରେ ଦୁହେଁ ଶୋ’ର ପ୍ରତିଯୋଗୀମାନଙ୍କ ସହିତ ଦୁହେଁ ବହୁତ ମଜା କରିଥିଲେ। ଶୋ’ରେ ସଲମାନ ବରୁଣଙ୍କ ପିତା ହେବାର ସୂଚନା ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ।
ବରୁଣ ଧାୱନ କ୍ରିତିଙ୍କ ସହ ‘ବିଗ ବସ ୧୬’ର ସେଟରେ ପହଞ୍ଚିଥିଲେ। ସଲମାନ ଉଭୟଙ୍କୁ ଜୋରଦାର ସ୍ବାଗତ କରିଥିଲେ। ଏହା ପରେ ସଲମାନ ବରୁଣ ଧାୱନଙ୍କ ସହ ଏକ ଗେମ୍‌ ଖେଳନ୍ତି। ଏକ ଟାଇଗର ଖେଳନା ଦେଖି ସଲମାନ ସଲମାନ କୁହନ୍ତି, ଏହା ବରୁଣଙ୍କ ପିଲାଙ୍କ ପାଇଁ। ବରୁଣ ତୁରନ୍ତ ଉତ୍ତର ଦେଇ କୁହନ୍ତି, ପିଲାଟି ଏପର୍ଯ୍ୟନ୍ତ ଜନ୍ମ ହୋଇନାହିଁ। ଜବାବରେ ସଲମାନ କୁହନ୍ତି, ଖୁବ୍‌ଶୀଘ୍ର ଆସିଯିବ।
ଯଦିଓ ସଲମାନ ଶୋ’ରେ ଏହାକୁ ଏକ ମଜାଳିଆ ଢଙ୍ଗରେ କହିଥିଲେ, କିନ୍ତୁ ସୋସିଆଲ ମିଡିଆରେ ଭାଇଜାନଙ୍କ ଏହି ବଡ଼ ସୂଚନା ପାଇଁ ବରୁଣଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ଅଛନ୍ତି। ଆଲିଆ ଭଟ୍ଟ, ବିପାଶା ବସୁ, ସୋନମ କପୁରଙ୍କ ପରେ ପ୍ରଶଂସକମାନେ ଅନୁମାନ କରୁଛନ୍ତି ଯେ ବରୁଣ ଧାୱନଙ୍କ ସ୍ତ୍ରୀ ନତାଶା ମଧ୍ୟ ଖୁସି ଖବର ଦେବାକୁ ଯାଉଛନ୍ତି। ଏଥିରେ କେତେ ସତ୍ୟ ଅଛି, ସମୟ ଆସିଲେ ହିଁ ଜଣା ପଡିବ
୨୪ ଜାନୁୟାରୀ ୨୦୨୧ରେ ବରୁଣ ଧାୱନ ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri