ବରୁଣ-ନତାଶାଙ୍କ ବିବାହ ଉତ୍ସବରେ ବଚ୍ଚନ ପରିବାରକୁ ମିଳିଲାନି ନିମନ୍ତ୍ରଣ

ମୁମ୍ବାଇ: ବଲିଉଡ୍ ଅଭିନେତା ବରୁଣ ଧୱନ ଓ ଅଭିନେତ୍ରୀ ନତାଶା ଦଲାଲଙ୍କ ବିବାହ ପ୍ରସ୍ତୁତି ଯୋରସୋରରେ ଚାଲିଛି । ଶନିବାର ସେମାଙ୍କର ସଙ୍ଗିତ ସେରିମନି ଥିବା ବେଳେ ରବିବାର ଅର୍ଥାତ୍ ୨୪ ଜାନୁୟାରୀରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହେବ । ଅଲିବାଗରେ ତାଙ୍କ ବିବାହ କାର୍ଯ୍ୟ ସମ୍ପନ୍ନ କରାଯିବ । ୱେଡିଙ୍ଗ ଭେନ୍ୟୁରେ ନତାଶାଙ୍କ ପରିବାର ପହଞ୍ଚି ସାରିଛନ୍ତି । ବରୁଣଙ୍କ ପରିବାର ମଧ୍ୟ ପୂର୍ବରୁ ସେଠାରେ ଉପସ୍ଥିତ ଅଛନ୍ତି । ସମସ୍ତଙ୍କ ନଜର ବରୁଣ-ନତାଶାଙ୍କ ବିବାହ ଉପରେ । ତେବେ କରୋନା ମହାମାରୀ କାରଣରୁ ଏହି ବିବାହର ଅତିଥି ସଂଖ୍ୟାକୁ ସୀମିତ କରାଯାଇଛି । ଏଥିରେ କେବଳ ୫୦ ଜଣ ଅତିଥି ଯୋଗ ଦେବେ ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରେ ଅତି ନିକଟତମ, ବନ୍ଧୁ, ସମ୍ପର୍କୀୟ ଓ ଇଣ୍ଡଷ୍ଟ୍ରିର କେତେଜଣ ହାତଗଣତି ଲୋକ ଯୋଗଦେବେ । ଶୁଣିବାକୁ ମିଳିଛି କି ଏହି ବିବାହରେ ଶାହାରୁଖ ଖାଁ, ସଲମାନ ଖାଁଙ୍କ ପରି କଳାକାର ଯୋଗଦେବ । ତେବେ ବଚ୍ଚନ ପରିବାର ଓ କପୁର ପରିବାରଙ୍କ ସହ ଗୋବିନ୍ଦାଙ୍କୁ ମଧ୍ୟ ଏହି ବିବାହକୁ ନିମନ୍ତ୍ରଣ ମିଳି ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri