ବେଲ ଗଛର ବାସ୍ତୁ ମହତ୍ତ୍ୱ …

ବେଲପତ୍ରକୁ ଭଗବାନ ଶିବଙ୍କର ତିନି ନେତ୍ରର ପ୍ରତୀକ ବୋଲି କୁହାଯାଏ। ସେଥିପାଇଁ ତ ଏହି ପତ୍ର ମହାଦେବଙ୍କର ଅତି ପ୍ରିୟ ହୋଇଥାଏ। ମାନ୍ୟତା ରହିଛି, ଯେଉଁ ସ୍ଥାନରେ ବେଲଗଛଟିଏ ଥାଏ, ତାହା କାଶୀତୀର୍ଥସମ ପବିତ୍ର ତଥା ପୂଜନୀୟସ୍ଥଳ ପାଲଟିଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ବି, ଯଦି କୌଣସି ବ୍ୟକ୍ତି ପବିତ୍ର ମନରେ ବେଲ ଗଛଟିଏ ଲଗାଇଥାନ୍ତି, ତା’ହେଲେ ତାଙ୍କୁ ଅନେକ ଶୁଭଫଳ ପ୍ରାପ୍ତି ହୋଇଥାଏ। ଖାସ୍‌କରି ଘରର ଅଗଣା କିମ୍ବା ବଗିଚାରେ ବେଲଗଛଟିଏ ଲଗାଇଲେ ନକରାତ୍ମକ ଶକ୍ତି ନଷ୍ଟ ହୋଇ ସକରାତ୍ମକ ଶକ୍ତିର ସଞ୍ଚାର ହୋଇଥାଏ। ଘରର ବାତାବରଣ ଶୁଦ୍ଧ ହେବା ସହ ଗୃହ କଳହରୁ ଏହା ରକ୍ଷା କରିଥାଏ। ତା’ଛଡ଼ା ଘର ସଦସ୍ୟଙ୍କର ମାନସମ୍ମାନ ବଢାଇବାରେ ବି ଏହି ଗଛ ଅନେକ ସାହାଯ୍ୟ କରେ। ସେହିପରି କୁହାଯାଏ, ଘରର ଉତ୍ତର ପଶ୍ଚିମ ଦିଗରେ ବେଲଗଛଟିଏ ଲଗାଇଲେ ଯଶ ବଢିବା ସହ କରଜରୁ ଶୀଘ୍ର ମୁକ୍ତି ପାଇବାର ଉପାୟ ମିଳିଥାଏ। ଉତ୍ତର-ପୂର୍ବ ଦିଗରେ ଗଛ ଲଗାଇଲେ ସୁଖଶାନ୍ତି ବୃଦ୍ଧିପାଏ। ଅନ୍ୟପକ୍ଷେ ବାସସ୍ଥାନର ଠିକ୍‌ ମଝି ଅଂଶରେ ଏହି ଗଛ ଲାଗିଥିଲେ, ଜୀବନରେ ମଧୁରତା ଆସିଥାଏ। ଏହାଛଡ଼ା ଘର ଅଗଣାରେ ବେଲଗଛଟିଏ ଲଗାଇ ତାହାକୁ ନିୟମିତ ପୂଜା କଲେ ସନ୍ତାନ ପ୍ରାପ୍ତିର ସୁଖ ମିଳିଥାଏ ବୋଲି ବିଶ୍ୱାସ କରାଯାଏ। ସେହିପରି ଘରର ଆଖପାଖ ଅଞ୍ଚଳରେ ବେଲଗଛଟିଏ ଥିଲେ, ସାପ ତଥା ଅନ୍ୟ ବିଷାକ୍ତ ଜୀବଜନ୍ତୁ ପାଖ ମାଡନ୍ତି ନାହିଁ ବୋଲି ଲୋକେ ବିଶ୍ୱାସ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri