Odisha Elections 2024

ଘଣ୍ଟାକୁ ନେଇ ବାସ୍ତୁ; ଜାଣନ୍ତୁ ଲଗାଇବା ପାଇଁ ସଠିକ୍‌ ଦିଗ ଚୟନ କିଭଳି କରିବେ…

ସମୟ ଜାଣିବା ପାଇଁ ଘରେ କାନ୍ଥ ଘଣ୍ଟା ଲଗାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘଣ୍ଟା ଲଗାଇବା ପାଇଁ ସଠିକ୍‌ ଦିଗର ଚୟନ କରିବା ବି ଅତ୍ୟନ୍ତ ଜରୁରୀ ହୋଇଥାଏ; ନଚେତ୍‌ ଏହାର କୁପ୍ରଭାବ ଆମ ଜୀବନଶୈଳୀ ଉପରେ ପଡିଥାଏ ବୋଲି ବିଶ୍ୱାସ ରହିଛି..

* ଘଣ୍ଟାକୁ ଘରର ପୂର୍ବ, ପଶ୍ଚିମ ଅଥବା ଉତ୍ତର ଦିଗର କାନ୍ଥରେ ଲଗାଇବା ଦରକାର। ଯେହେତୁ ଦକ୍ଷିଣ ଦିଗ ହେଉଛି ଯମରାଜଙ୍କର ଦିଗ ତେଣୁ ସେହି ଦିଗରେ ଘଣ୍ଟା ଲଗାଇବା ଉଚିତ୍‌ ନୁହେଁ। କାରଣ ଏହାଦ୍ୱାରା ଘରର ସଦସ୍ୟଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡିଥାଏ। ଖାସ୍‌ କରି ଆୟୁ ଓ ସ୍ବାସ୍ଥ୍ୟହାନୀର ଏହା କାରଣ ସାଜିଥାଏ।

* ଘରର ମୁଖ୍ୟଦ୍ୱାର ବା ମୁଖ୍ୟଦ୍ୱାରର କବାଟ ଉପରେ ଘଣ୍ଟା ଲଗାଇବା ଠିକ୍‌ ନୁହେଁ। କାରଣ ଏହାଦ୍ୱାରା ଘରେ ସର୍ବଦା କଳହ ଲାଗି ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ଘଣ୍ଟାକୁ ସବୁବେଳେ ସଫା ରଖିବା ଆବଶ୍ୟକ। ଏହା ଉପରେ ଧୂଳି ଜମିବାକୁ ଦିଅନ୍ତୁ ନାହିଁ। ଭାଙ୍ଗି ଯାଇଥିବା କିମ୍ବା ଅଚଳ ଘଣ୍ଟାକୁ ଆଦୌ ଘରେ ରଖନ୍ତୁ ନାହିଁ। ଏହାଦ୍ୱାରା ଅଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।

* ଅନ୍ୟପକ୍ଷେ ଘଣ୍ଟାକୁ କେବେ ବି ବିଳମ୍ବରେ ଚାଲିବାକୁ ଦେବେ ନାହିଁ। ଆବଶ୍ୟକ ପଡିଲେ ଏହାର ସମୟକୁ ଦୁଇ/ତିନି ମିନିଟ୍‌ ଆଗକୁ ପଛେ କରିଦେବେ ହେଲେ ଆଦୌ ଡେରୀ ହେବାକୁ ଦେବେନି। କାରଣ ଏହା ପରିବାର ଲୋକଙ୍କ ଉପରେ ସମୟାନୁବର୍ତ୍ତିତାର ପ୍ରଭାବ ପକାଇଥାଏ।

* ଘରର ହଲ୍‌ରେ ପେଣ୍ଡୁଲମ୍‌ ଘଣ୍ଟା ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ।...

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି...

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ।...

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ...

କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!

ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି...

ଆପଣଙ୍କ ସାଥୀ କନ୍ୟା ରାଶିର କି? କିଭଳି ତାଙ୍କର ବ୍ୟକ୍ତିତ୍ୱ, ସ୍ବଭାବ; ଜାଣନ୍ତୁ …

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା।...

ଆପଣଙ୍କର ଅଛି କି ଏହି ୬ ଅଭ୍ୟାସ? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri