ବସୁଧା ପ୍ରକଳ୍ପ ଅଚଳ, ଝରଣା ପାଣି ପିଉଛନ୍ତି ଲୋକେ

ଥୁଆମୂଳ ରାମପୁର, ୨୨ା୭ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁରୁଣାଗୁମାରେ ବସୁଧା ଯୋଜନାରେ ନିର୍ମାଣ ହୋଇଥିବା ପାନୀୟଜଳ ପ୍ରକଳ୍ପ ଅଚଳ ଯୋଗୁ ଲୋକେ ଝରଣା ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ସୂଚନାକ୍ରମେ ପୁରୁଣାଗୁମାରେ କିଛିବର୍ଷ ତଳେ ୧୪, ୩୧୪, ୨୪୬ ଟଙ୍କା ବ୍ୟୟବରାଦରେ ବସୁଧା ଯୋଜନାରେ ଓଭରହେଡ୍‌ ଟାଙ୍କି ନିର୍ମାଣ ହେବା ପରେ ଲୋକେ ବିଶୁଦ୍ଧ ପାଣି ପାଇବା ନେଇ ଖୁସି ହୋଇଥିଲେ। ହେଲେ ୨୦ ଦିନ ହେଲା ପାଣିଟାଙ୍ଗି ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ପୁରୁଣାଗୁମା ଗାଁର ୫ ପଡ଼ା ଯଥା ଲାଇନିଗୁଡ଼ା, କୋସପାଏର, ପୂର୍ଣ୍ଣାଗୁମା ଡୁକୁରିପଡ଼ା, ପୂର୍ଣ୍ଣାଗୁମା ଟିକ୍ରାପଡ଼ା, ପୂର୍ଣ୍ଣାଗୁମା ବସ୍ତିପଡ଼ାର ପ୍ରାୟ ୨୫୦ ପରିବାର ଲୋକେ ଝରଣାର ଗୋଳିଆ ପାଣି ବ୍ୟବହାର କରୁଛନ୍ତି। ବସୁଧା ଯୋଜନାରେ ଗଭୀର ନଳକୂପ ଖନନ ପରେ ନଳକୂଅରୁ ବର୍ତ୍ତମାନ ପାଣି ବାହାରୁ ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ଯେଉଁ ଗୋଟିଏ ଦୁଇଟି ନଳକୂଅ ଅଛି ସେଥିରୁ ବାହାରୁଥିବା ପାଣି ସମୁଦ୍ରକୁ ଶଙ୍ଖେ ସଦୃଶ। ଫଳରେ ଗ୍ରାମର ପିଲାଛୁଆଠାରୁ ବୟସ୍କ ପର୍ଯ୍ୟନ୍ତ ନାଳପାଣି ବ୍ୟବହାର କରି ଚର୍ମରୋଗରେ ଆକ୍ରାନ୍ତ ହେଉଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ନେଇ ପଡ଼ାବାସୀ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ସୁଫଳ ମିଳି ନ ଥିବା କହିଛନ୍ତି। ତୁରନ୍ତ ଅଚଳ ପ୍ରକଳ୍ପ ମରାମତି ପାଇଁ ଅଞ୍ଚଳବାସୀ ଦାବି ଜଣାଇଛନ୍ତି । ଏ ନେଇ ଜଳ ଓ ପରିମଳ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମନ୍ମଥ ମୁର୍ମୁଙ୍କୁ ପଚାରିବାରୁ ଓଭର ହେଡ ଟାଙ୍କିକୁ ସପ୍ଲାଏ ହୋଇଥିବା ଟ୍ରାନ୍ସଫର୍ମର ଫ୍ୟୁଜ ହୋଇଛି। ଏଣୁ କରେଣ୍ଟ ସମସ୍ୟା ହେତୁ ପାଣି ମୋଟର ଚାଲିପାରୁ ନାହିଁ। ଗାଁ ଲୋକେ ବିଦ୍ୟୁତ୍‌ ବିଭାଗ ସହ ଯୋଗାଯୋଗ କରି ସମସ୍ୟା ସମାଧାନ କରିବା କଥା। ସେ ମଧ୍ୟ ବିଭାଗୀୟ ଜେଇଙ୍କୁ କହିଥିଲେ, ହେଲେ ସେମାନେ ଶୁଣୁନାହାନ୍ତି ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri