ଫେଲ୍ ମାରିଛି ବସୁଧା ଯୋଜନା, ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ

ଆର ଉଦୟଗିରି,୨୪।୪(ମନୋଜ କୁମାର ପାଢୀ): ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଆସୁଛନ୍ତି । ସେଥି ମଧ୍ୟରୁ ବସୁଧା ଯୋଜନା ଅନ୍ୟତମ । କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଅଦାସୀନତା ହେଉ କିମ୍ବା ଇଛା ଶକ୍ତିର ଅଭାବ ଯୋଗୁଁ ଏହି ଯୋଜନାରୁ ଗ୍ରାମବାସୀ ସଠିକ ଭାବେ ପାନୀୟ ଜଳରୁ ବଞ୍ଚିତ ହେଉଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ରା -ଉଦୟଗିରି ବ୍ଲକ ମହେନ୍ଦ୍ରଗଡ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀ ଗାଁରେ ।

ଏହି ଗାଁରେ ମୋଟ ୧୪୦ରୁ ଉର୍ଦ୍ଧ୍ବ ଆଦିବାସୀ ପରିବାର ଲୋକେ ବସବାସ କରିଆସୁଛନ୍ତି । ପାନୀୟ ଜଳ ପାଇଁ ଗ୍ରାମବାସୀ ବାରମ୍ବାର ଅଭିଯୋଗ ପରେ ଆର୍ଥିକ ବର୍ଷ 2021-22 ରେ ରାଜ୍ୟ ସରକାରଙ୍କ ପକ୍ଷରୁ ୩୩ଲକ୍ଷ ୮୦ ହଜାର ଟଙ୍କା ବ୍ୟୟରେ ୩୦,୦୦୦ ଲିଟର ବିଶିଷ୍ଟ ବସୁଧା ଯୋଜନାରେ ଗୋଟେ ପାଣି ଟାଙ୍କି ନିର୍ମାଣ କରିଥିଲେ । ସେଠାରେ କେବଳ ଗୋଟିଏ ମାତ୍ର ବୋରିଂ ଥିବାରୁ ଯାହା ପାଣି ବାହାରୁଛି ସେଥିରେ ଟ୍ୟାଙ୍କ ଭର୍ତି ନହୋଇ ବୋରିଂର ପାଣି ଶୁଖିଯାଉଥିଲା । ଏନେଇ ଗ୍ରାମବାସୀ ଗ୍ରାମପଂଚାୟତରେ ଅଭିଯୋଗ କରିବା ପରେ 2024- 25 ଆର୍ଥିକ ବର୍ଷ ରା -ଉଦୟଗିରି ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା ପ୍ରକଳ୍ପର ନିକଟରେ ଆଉ ଗୋଟିଏ ବୋରିଂ ଖୋଳାଯାଇଥିଲା । କିନ୍ତୁ ବୋରିଂ ଖୋଳିବାର ଦୀର୍ଘ ଦେଢ଼ ବର୍ଷ ବିତିଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେହି ବୋରିଂରେ ପାଇପ ଓ ମଟର ସଂଯୋଗ କରାଯାଇନାହିଁ ।

ଯାହା ଫଳରେ ଗୋଟିଏ ବୋରିଂରୁ ଯାହା ପାଣି ଟାଙ୍କିକୁ ଯାଉଛି ସେଥିରେ ପିଇବା ପାଇଁ ପାଣି ଗାଁକୁ ନିଅଣ୍ଟ ପଡୁଛି । ଫଳରେ ଗ୍ରାମବାସୀ ଗାଁରେ ଥିବା କିଛି ନଳକୂପର କଳଙ୍କି ମିଶ୍ରିତ ପାଣି ପିଇ ଅନେକ ରୋଗର ସମ୍ମୁଖୀନ ହେଉଛନ୍ତି । ଏନେଇ ଗ୍ରାମବାସୀ ବାରମ୍ବାର ଗ୍ରାମପଂଚାୟତ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଅବଗତ କଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଏହି ବିଷୟରେ ଆମେ ମହେନ୍ଦ୍ରଗଡ ଗ୍ରାମପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ମଣ୍ଡଳଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ତାହା ଗ୍ରାମ୍ୟ ପାନୀୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ତିଆରି ହୋଇଛି, ମୁ ଏନେଇ ବାରମ୍ବାର ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଜଣାଇଲେ ବି ମୋ କଥା ଶୁଣୁନଥିବା କହିଛନ୍ତି । ପରେ ଆମେ ଆର-ଉଦୟଗିରି ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କୁ କଲ୍ୟାଣୀ ପ୍ରଧାନଙ୍କୁ ପଚାରିବାରୁ ସେ କହିଛନ୍ତି ଏହି ବୋରିଂଟି ପୂର୍ବରୁ ଥିବା କନିଷ୍ଠ ଯନ୍ତ୍ରୀଙ୍କ ସମୟରେ ହୋଇଛି । ତାଙ୍କ ସହ ଯୋଗାଯୋଗ କରିବା ସହ କାମର ତଦନ୍ତ କରି ଯଥାଶୀଘ୍ର ପାଇପ ଓ ମଟର ସଂଯୋଗ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି । ତେବେ କେତେଶୀଘ୍ର ଏହା କାର୍ଯ୍ୟକ୍ଷମ ହୋଇପାରିବ ତାକୁ ହିଁ ସମସ୍ତଙ୍କ ଅପେକ୍ଷା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri