ବାଟବଣା ବସୁଧା ଯୋଜନା, ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୧୨।୧(ପ୍ରଦୀପ କୁମାର ସାହୁ):ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ଯୋଜନାଗୁଡିକ ଠିକ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି ଯୋଜନା ଅପହଞ୍ଚ ହୋଇରହୁଛି। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି। ବ୍ଲକର ପୁଟୀଗା ଉତ୍ତେଇ ନଦୀରୁ ସ. ମାଲପଡା ଗ୍ରାମପଞ୍ଚାୟତର ପୁଟୀଗା ଓ ରାଜପୁର ଗ୍ରାମପଞ୍ଚାୟତର ବାଞ୍ଜିପଦର ପାଇଁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ୬ କୋଟି ୭୫ ଲକ୍ଷ ଟଙ୍କା ଅଟକଳରେ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ତିନିବର୍ଷ ତଳେ କାର୍ଯ୍ୟ ଆରମ୍ଭ ହୋଇଥିଲା। ଉଭୟ ଗାଁରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ଅନ୍ୟାନ୍ୟ କାର୍ଯ୍ୟ ହୋଇପାରି ନ ଥିବାରୁ ପୁଟୀଗା, ରାଜପୁର, ବାଞ୍ଜିପଦର ଗ୍ରାମବାସୀଙ୍କ ପାଇଁ ବସୁଧା ଯୋଜନା ଅପହଞ୍ଚ ହୋଇ ରହିଛି। ବିଶେଷ ଭାବେ ପୁଟିଗାଁରେ ଲୋକଙ୍କ ଘରକୁ ଘର ପାଇପ ସଂଯୋଗ ହୋଇଥିଲେ ହେଁ ପାଣି ଆସୁ ନ ଥିବା ଗ୍ରାମର ମନୋଜ କୁମାର ସାହୁ ଅଭିଯୋଗ କରିଛନ୍ତି। ଉକ୍ତ ପ୍ରକଳ୍ପ ୨୦୨୪ ଜୁଲାଇରେ ସମ୍ପୂର୍ଣ୍ଣ ହେବାକୁ ନିୟମ ରହିଥିବାବେଳେ ପ୍ରକଳ୍ପ ଧାର୍ଯ୍ୟ ସମୟରେ ଶେଷପାରୁ ନାହିଁ। ଏ ନେଇ କର୍ଲାମୁଣ୍ଡା ବ୍ଲକ ଦାୟିତ୍ୱରେ ଥିବା ନର୍ଲା ବ୍ଲକ ବିଭାଗୀୟ ଯନ୍ତ୍ରୀ ପ୍ରଭାତ କୁମାର ସେଠୀଙ୍କୁ ପଚାରିବାରୁ ପ୍ରକଳ୍ପ କାର୍ଯ୍ୟକ୍ଷମରେ ବିଳମ୍ବ ହେଉଥିବାକୁ ସ୍ବୀକାର କରିବା ସହ ଠିକାଦାରଙ୍କ ବିଲ୍‌ ପାଇବାରେ ବିଳମ୍ବ ହେତୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏବେ କମ ଦିନ ଭିତରେ ପୁଟିଗାଁ ସମସ୍ୟାକୁ ସମାଧାନ କରାଯିବା ସହିତ ରାଜପୁର ପଞ୍ଚାୟତରେ ମଧ୍ୟ ବକେୟା ଥିବା କାର୍ଯ୍ୟକୁ ଶୀଘ୍ର ସାରିବା ଦିଗରେ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri