ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ ସଙ୍କଟ ଉତ୍କଟ ରୂପ ନେଇଛି। ଜଳ ବିନା ମଣିଷ ହେଉ କି ପ୍ରାଣୀ ସମ୍ପଦ ସମସ୍ତେ ହାହାକାର ହୋଇପଡିଛନ୍ତି। ଏବେ ଜଳ ପାଇଁ ଦୈନିକ ସଂଘର୍ଷ କରିବାକୁ ପଡୁଥିବା ଗ୍ରାମବାସୀ କହୁଛନ୍ତି। ଗାଁରେ ସରକାରଙ୍କ ବସୁଧା ଯୋଜନା ଅପହଞ୍ଚ ରହିଥିବାବେଳେ ସେହି ଗ୍ରାମରେ କୂଅ କିମ୍ବା ନଳକୂଅଟିଏ ମଧ୍ୟ ନାହିଁ। ଫଳରେ ଗ୍ରାମବାସୀ ଗାଁରେ ପଥର ଚୁଆ ପ୍ରସ୍ତୁତ କରିଛନ୍ତି। ସେହି ଚୁଆରୁ ଏବେ ଜଳ ଛାଣି ସଂଗ୍ରହ କରି ପିଇବାକୁ ପଡୁଛି। ବର୍ଷା ଦିନରେ ଉକ୍ତ ଚୁଆରେ ଜଳ ଭର୍ତ୍ତି ହୋଇ ରହୁଥିବାବେଳେ ଜାନୁଆାରୀ ପରଠାରୁ ଆଉ ସେଠାରେ ଜଳ ଗଛିତ ରହୁନାହିଁ। ଫଳରେ ଏବେ ଗ୍ରୀଷ୍ମ ରେ ସୱଳ୍ପ ପାଣି ଓ ଭୁତାଣୁ ସୃଷ୍ଟି ଯୋଗୁ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଗ୍ରାମବାସୀ ପାଣିକୁ ଛାଣି ତାକୁ ରୋଷେଇ ସହ ପିଇବା ପାଣି ଓ ଶୌଚ ଆଦି ପାଇଁ ସେ ଗୋଟିଏ ଚୁଆକୁ ବ୍ୟବହାର କରୁଛନ୍ତି ନାହଡ଼ିମାହା ଗ୍ରାମବାସୀ। ସେହିପରି ପାଙ୍ଗାମାହା ଗ୍ରାମର ମଧ୍ୟ ସମାନ ଅବସ୍ଥା ରାସ୍ତା ନ ଥିବା ଯୋଗୁ ସେଠାକୁ ରିଗ ମେଶିନ ଯାଇପାରୁନାହିଁ। ଫଳରେ ନଳକୂପ ଖୋଲାଯାଇପାରୁନାହିଁ ବୋଲି ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ କ୍ଷୀରୋଦ ରାଉତ କହିଛନ୍ତି। ତେବେ ଉକ୍ତ ୨ଟିଯାକ ଗ୍ରାମରେ ଖୁବଶୀଘ୍ର ସୋଲାର ପମ୍ପ ବ୍ୟବସ୍ଥା କରାଯିବ। ଏଥିପାଇଁ ସରକାର ଅନୁଦାନ ପ୍ରଦାନ କରିଛନ୍ତି ବୋଲି ସହକାରୀ ଯନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ହର୍ମୁଜ ଷ୍ଟ୍ରେଟରୁ ଭାରତ ଅଭିମୁଖେ ଆସିବାକୁ ଦୁଇଟି ଗ୍ୟାସ ଟ୍ୟାଙ୍କର୍‌ ପ୍ରସ୍ତୁତ, ଲଙ୍ଗର ନିକଟରେ କରିଛି ଅପେକ୍ଷା

ନୂଆଦିଲ୍ଲୀ,୨୧।୩: କିଛି ଦିନ ଅଟକିବା ପରେ ଦୁଇଟି ଭାରତୀୟ ପତାକାଯୁକ୍ତ LPG ଟ୍ୟାଙ୍କର୍‌ ହର୍ମୁଜ ପ୍ରଣାଳୀ ଦେଇ ଘରକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଟ୍ୟାଙ୍କର୍‌ ବର୍ତ୍ତମାନ…

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ…

ବନ୍ଦ ହେବ ଯୁଦ୍ଧ! ‘ସାମରିକ ଅଭିଯାନକୁ ହ୍ରାସ କରିବ ଆମେରିକା’ – ମଧ୍ୟପ୍ରାଚ୍ୟରେ ଜାରି ଉତ୍ତେଜନା ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି

ଓ୍ବାଶିଂଟନ,୨୧।୩: ଶନିବାର ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୨୨ ତମ ଦିନ। ସଂଘର୍ଷ ଚତୁର୍ଥ ସପ୍ତାହରେ ପ୍ରବେଶ କରିବା ସତ୍ତ୍ୱେ, ପରିସ୍ଥିତି ଅସ୍ଥିର ରହିଛି। ଉଭୟ ପକ୍ଷ ଡ୍ରୋନ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri