ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି: ବସୁଧା ଯୋଜନା ଜଳ ଯୋଗାଣ ପ୍ରକଳ୍ପ ଅଚଳ

ଆର.ଉଦୟଗିରି,୧୪।୮(ଡି.ଏନ୍‌.ଏ.): ବସୁଧା ଯୋଜନାରେ ସୌରଭିତ୍ତିକ ଜଳଯୋଗାଣ ପ୍ରକଳ୍ପ ଥିଲେ ମଧ୍ୟ ତାହା କାମରେ ଆସୁନି। ଫଳରେ ଦୁର୍ଗମ ଅଞ୍ଚଳରେ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି। ମହିଳାମାନେ ଲମ୍ବା ଧାଡ଼ି କରି କାଦୁଅ ପଙ୍କ ବିଲ ହିଡ ଦେଇ ଯିବା ସହ ଚୁଆରୁ ପାଣି ସଂଗ୍ରହ କରୁଛନ୍ତି। ଗଜପତି ଜିଲା ମୋହନା ବ୍ଲକର ଦୁର୍ଗମ ଅଞ୍ଚଳ ବାଡେଗଡା ପଞ୍ଚାୟତ ଦୁଆଗୁଡା ଗାଁରେ ପ୍ରାୟ ଶତାଧିକ ପରିବାରର ୫୦୦ରୁ ଊଦ୍ଧର୍‌ବ ଲୋକ ବସବାସ କରନ୍ତି। ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ବସୁଧା ଯୋଜନାରେ ସୌରଶକ୍ତି ଚାଳିତ ଜଳ ଯୋଗାଣ ପ୍ରକଳ୍ପ ଜରିଆରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ନଳକୂପ ଖୋଳାଯାଇଛି। ପାଣି ଟ୍ୟାଙ୍କ୍‌ ଓ ସୋଲାର ପ୍ଲେଟ ଖଞ୍ଜାଯାଇଛି। ୯୫ ପରିବାରକୁ ସଂଯୋଗ କରାଯାଇଛି ବୋଲି ସୂଚନା ଦର୍ଶାଯାଇଛି। ଗାଁର ବିଭିନ୍ନ ସ୍ଥାନରେ ଷ୍ଟାଣ୍ଡପୋଷ୍ଟ ପୋତାଯାଇଛି। ମାତ୍ର ପ୍ରକଳ୍ପ ନିର୍ମାଣର କିଛି ମାସ ନ ହେଉଣୁ ସୋଲାର୍‌ ପ୍ଲେଟ ସହ ଷ୍ଟାଣ୍ଟପୋଷ୍ଟ ଭାଙ୍ଗିଯାଇ ଲଟାବୁଦା ମାଡ଼ିଗଲାଣି। ଗ୍ରାମବାସୀ ଏହାର ପୁନରୁଦ୍ଧାର କରି ଜଳ ଯୋଗାଣ ସ୍ବାଭାବିକ କରିବାକୁ ବାରମ୍ବାର ସ୍ଥାନୀୟ ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି ଶୁଣୁନଥିବା ଗ୍ରାମବାସୀ କହିଛନ୍ତି। ଅପରପକ୍ଷେ ଗାଁରେ ଦୁଇଟି ନଳକୂପ ଥିବା ସହ ବିଲ ମଧ୍ୟରେ ଅସଜଡ଼ା କୂଅ ରହିଛି। ଉଭୟ କୂଅ ମରାମତି ଅଭାବରୁ ଭୁଶୁଡ଼ିବା ଅବସ୍ଥାରେ ପଡିଛି। ନଳକୂପ ପାଣି ପାନୀୟ ଜଳ ରୂପେ ବ୍ୟବହାର ଉପଯୋଗୀ ହେଉନଥିବାରୁ ମହିଳାମାନେ ଏହି ପାଣିରେ ବାସନକୁସନ ସଫା କରୁଥିବା ବେଳେ ଅସଜଡା କୂଅ ପାଣିକୁ ଗାଧୋଇବାକୁ ବ୍ୟବହାର କରୁଛନ୍ତି। ଏହି ଅଞ୍ଚଳ ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ବର୍ଷ ବର୍ଷ ଧରି ଏମିତି ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ। ଶେଷରେ ବସୁଧା ହେଲ୍‌ପ ଲାଇନ୍‌ ନମ୍ବରକୁ ଫୋନ କଲେ ମଧ୍ୟ କୌଣସି ସହଯୋଗ ମିଳୁନଥିବାରୁ ଲୋକେ ବାଧ୍ୟ ହୋଇ ପାନୀୟ ଜଳ ପାଇଁ ଗ୍ରାମବାସୀ ଏଭଳି ସଂଘର୍ଷ କରୁଥିବା କହୁଛନ୍ତି । ସରକାର ଯଦି ଏଥିପ୍ରତି ଦୃଷ୍ଟି ନ ଦେବେ, ତେବେ ପି.ଗୋବିନ୍ଦପୁର ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବା ଭଳି ଘଟଣାର ପୁନରାବୃତ୍ତି ଘଟିବା ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?