‘ଭାରତର ବସୁଧୈବ କୁଟୁମ୍ବକମ୍‌ ଦର୍ଶନ ପ୍ରାସଙ୍ଗିକ’

ନ୍ୟୁୟର୍କ,୧୧ା୧୦: ମିଳିତ ଜାତିସଂଘର ମୁଖ୍ୟ ବକ୍ତାମାନେ କହିଛନ୍ତି, ପଶ୍ଚିମ ଏସିଆ ସମେତ ଦିନକୁ ଦିନ ବିଗିଡୁଥିବା ବିଶ୍ୱ ସୁରକ୍ଷା ପରିସ୍ଥିତି ଭାରତର ‘ବସୁଧୈବ କୁଟୁମ୍ବକମ୍‌’ର ଦର୍ଶନର ଗୁରୁତ୍ୱକୁ ଦର୍ଶାଉଛି। ‘ଗୋଟିଏ ବିଶ୍ୱ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ର ସଂକଳ୍ପ ବର୍ତ୍ତମାନର ବିଭାଜନ ଏବଂ ଅବିଶ୍ୱାସ ମଧ୍ୟରେ ଏହାର ପ୍ରାସଙ୍ଗିକତା ଦର୍ଶାଉଛି ବୋଲି ବକ୍ତାମାନେ କହିଛନ୍ତି।

ମିଳିତ ଜାତିସଂଘ ମୁଖ୍ୟାଳୟରେ ‘ବସୁଧୈବ କୁଟୁମ୍ବକମ୍‌’ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀରେ ବକ୍ତବ୍ୟ ପ୍ରଦାନ କରି ଭାରତୀୟ ସାଂସ୍କୃତିକ ସମ୍ପର୍କ ପରିଷଦ (ଆଇସିସିଆର)ର ସଭାପତି ଡ. ବିନୟ ସହସ୍ରବୁଦ୍ଧେ କହିଛନ୍ତି, ଏହି ଦର୍ଶନକୁ କେବଳ ପ୍ରସଙ୍ଗରେ ଦେଖିହେବ ନାହିଁ। ଭାରତ ଏହାର ଆଭିମୁଖ୍ୟ ବିଶ୍ୱବ୍ୟାପୀ। ଏହା ଐତିହାସିକ ଅଟେ। ଯେଉଁଠାରେ ଏହା ଆବଶ୍ୟକ କରୁଛି ସେଠି ଆଲୋଚନା ହେଉଛି।

ସେ କହିଛନ୍ତି, ବୋଧହୁଏ ‘ବସୁଧୈବ କୁଟୁମ୍ବକମ୍‌ ଅପେକ୍ଷା ମିଳିତ ଜାତିସଂଘ ପାଇଁ ଏକ ଉତ୍ତମ ଦର୍ଶନ ଆଉ କିଛି ହୋଇ ନ ପାରେ। ଜି -୨୦ ଅଧ୍ୟକ୍ଷତା ସମୟରେ ‘ବସୁଧୈବ କୁଟୁମ୍ବକମ୍‌’ ଥିମ୍‌ ଗ୍ରହଣ କରିବା ବର୍ତ୍ତମାନର ବିଶ୍ୱ ଚ୍ୟାଲେଞ୍ଜ ମଧ୍ୟରେ ବିଶ୍ୱ ଏକତା ତଥା ସହଯୋଗ ପ୍ରତି ଭାରତର ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥାଏ। ମିଳିତ ଜାତିସଂଘରେ ଆଇସିସିଆର ସହାୟତାରେ ଭାରତର ସ୍ଥାୟୀ ଆୟୋଗ ଦ୍ୱାରା ଏହି ସମ୍ମିଳନୀ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri