Posted inଜାତୀୟ

ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ହେବେ କି ବସୁନ୍ଧରା

ଜୟପୁର,୨୯।୯: ରାଜସ୍ଥାନରେ ଚଳିତ ବର୍ଷ ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ଏହାକୁ ନେଇ ସାରା ରାଜ୍ୟରେ ରାଜନୀତି ହୋଇଛି ସରଗରମ।ଏକ ଘରୋଇ ଟେଲିଭିଜନ ଚ୍ୟାନେଲ
ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜସ୍ଥାନର ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଏବଂ କେନ୍ଦ୍ରୀୟ ନେତୃତ୍ୱ ମଧ୍ୟରେ ସବୁକିଛି ଠିକ ନ ଥିଲା, କିନ୍ତୁ ବୁଧବାର (ସେପ୍ଟେମ୍ବର ୨୭) ରେ ଦୁଇ ନେତା (ଅମିତ ଶାହା-ବସୁନ୍ଧରା ରାଜେ) ଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ବସୁନ୍ଧରା ରାଜେ ସଭାଟି ବହୁତ ଭଲ ବୋଲି କହି ବାହାରକୁ ଆସିଥିଲେ।
ଭାଜପା କୋର ଗ୍ରୁପ ବୈଠକ ଆରମ୍ଭ ହେବା ପରେ ଯେତେବେଳେ ସଭାର ସାରାଂଶ ବାହାରିଲା ସେତେବେଳେ ଲୋକଙ୍କ ଆଖି କେବଳ ବସୁନ୍ଧରାଙ୍କ ଅଭିବ୍ୟକ୍ତି ଉପରେ ଥିଲା। ଲୋକମାନେ ତାଙ୍କ ବଡି ଲାଙ୍ଗୁଏଜକୁ ଦେଖିବାକୁ ଏବଂ ବୁଝିବାକୁ ଚାହୁଁଥିଲେ। ଭିଡିଓରେ ଦେଖିବାକୁ ମିଳିଛି ଯେ ଗଜେନ୍ଦ୍ର ସିଂ ଶେଖାଓ୍ବତ ବସୁନ୍ଧରାଙ୍କ ଗୋଟିଏ ପାର୍ଶ୍ୱରେ ଏବଂ ରାଜ୍ୟବର୍ଦ୍ଧନ ରାଠୋଡ ଅନ୍ୟ ପଟେ ବସିଛନ୍ତି। ଏହି ବୈଠକ ସେଚ ପର୍ଯ୍ୟନ୍ତ ଥିଲା ଯେପର୍ଯ୍ୟନ୍ତ ଅମିତ ଶାହା ଏବଂ ଜେପି ନଡ୍ଡା ବୈଠକରେ ପହଞ୍ଚି ନ ଥିଲେ। ଉଭୟ ନେତା ସେଠାରେ ପହଞ୍ଚିବା ମାତ୍ରେ ବସିବାର ବ୍ୟବସ୍ଥା ବଦଳିଗଯାଇଥିଲା।
ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ବୁଧବାର ରାତିରେ କୋର କମିଟି ବୈଠକରେ ଅମିତ ଶାହା, ଜେପି ନଡ୍ଡା ଏବଂ ସଂଗଠନର ସାଧାରଣ ସମ୍ପାଦକ ବି.ଏଲ ସନ୍ତୋଷଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକ ହୋଇଥିଲା। ଏହି ବୈଠକରେ ବସୁନ୍ଧରାଙ୍କୁ ନିଶ୍ଚିତ କରାଯାଇଛି ଯେ ନିର୍ବାଚନରେ ଦଳ ତାଙ୍କ ସମ୍ମାନର ସମ୍ପୂର୍ଣ୍ଣ ଯତ୍ନ ନେବ। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ ଏଥର ବାସୁନ୍ଧରା ରାଜେ ରାଜସ୍ଥାନରେ ନିର୍ବାଚନ ଦାୟିତ୍ୱ ଗ୍ରହଣ କରିବେ ନା ତାଙ୍କୁ ମୁଖ୍ୟମନ୍ତ୍ରୀ ରେସରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri