Posted inଜାତୀୟ

ଶାହାଙ୍କୁ ଭେଟିବା ପରେ ବସୁନ୍ଧରା କହିଲେ ଭଗବାନଙ୍କ ଘର ଦୂର ସତ କିନ୍ତୁ ଅନ୍ଧାର ନୁହେଁ

ଜୟପୁର,୩୦।୯: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଶୁକ୍ରବାର ଦାବି କରିଛନ୍ତି ଯେ ଆଗାମୀ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବ। ଅଲୱର ଜିଲାର ବାରୱା ଡୁଙ୍ଗ୍ରି ଗାଁର ନାରାୟଣ ମାତା ମନ୍ଦିରରେ ସେନ ସମାଜଙ୍କ ଦ୍ୱାରା ଆୟୋଜିତ ପଦଯାତ୍ରା ସମାପନ ସମାରୋହରେ ରାଜେ ଏହା କହିଛନ୍ତି। ସୂଚନାଯୋଗ୍ୟ ଯେ ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ଏହା କହିଛନ୍ତି।

ଏଠାରେ ଜାରି ବୟାନ ଅନୁଯାୟୀ ରାଜେ କହିଛନ୍ତି ଯେ ରାଜ୍ୟରେ ଭାଜପା ସରକାର ପୁଣି ଆସିବ ଏବଂ ପୁନର୍ବାର ବିକାଶ ହେବ। ସ୍ଥଗିତ ବିକାଶ କାର୍ଯ୍ୟ ମଧ୍ୟ ଗତିଶୀଳ ହେବ। ଚଳିତ ବର୍ଷ ଶେଷରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜେ କହିଛନ୍ତି ଯେ ସଙ୍କଟ ସମୟରେ ଭଗବାନ ଭକ୍ତମାନଙ୍କୁ ପ୍ରତ୍ୟେକ ସ୍ତରରେ ସାହାଯ୍ୟ କରନ୍ତି, ଯେପରି ଭଗବାନ ଶ୍ରୀକୃଷ୍ଣ ସେନ ମହାରାଜଙ୍କ ରୂପ ନେଇ ସେମାନଙ୍କୁ ସାହାଯ୍ୟ କରିଥିଲେ। ସେ କହିଥିଲେ ଯେ ଈଶ୍ବରଙ୍କ ପ୍ରତି ଭକ୍ତି କଦାପି ନଷ୍ଟ ହୁଏ ନାହିଁ; ଈଶ୍ବରଙ୍କ ଘର ବିଳମ୍ବ ହୋଇପାରେ କିନ୍ତୁ ଅନ୍ଧକାର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?