୫୨ ହଜାର ଭୋଟରେ ଜିତିଲେ ବସୁନ୍ଧରା

ଜୟପୁର,୩।୧୨: ୫ ବର୍ଷର ବ୍ୟବଧାନ ପରେ ଭାଜପା ପୁଣି ରାଜସ୍ଥାନରେ କ୍ଷମତାକୁ ଫେରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ୧୧୫ ଆସନରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୭୦ ଆସନରେ ଆଗୁଆ ରହିଛି। ଏହି ପରିପ୍ରେକ୍ଷୀରେ ରାଜସ୍ଥାନର ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଜଲପାଟାନ ବିଧାନସଭା ଆସନରୁ ୫୨ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଛନ୍ତି। ବସୁନ୍ଧରା ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦୀ ତଥା କଂଗ୍ରେସ ପ୍ରାର୍ଥୀରାମଲାଲ ଚୌହାନଙ୍କୁ ହରାଇ ଦେଇଛନ୍ତି। ବସୁନ୍ଧରାଙ୍କୁ ୧,୩୭,୫୮୯ ଭୋଟ ମିଳିଥିବା ବେଳେ ରାମଲାଲଙ୍କୁ ୮୪,୯୫୪ ଭୋଟ ମିଳିଛି ବୋଲି ନିର୍ବାଚନ ଆୟୋଗଙ୍କ ୱେବସାଇଟ ଦର୍ଶାଯାଇଛି। ବହୁଜନ ସମାଜ ପାର୍ଟି ପ୍ରାର୍ଥୀ ୩,୪୨୫ ଖଣ୍ଡ ଭୋଟ ପାଇଥିବା ବେଳେ ୩,୧୮୦ ନୋଟାରେ ଭୋଟ ପଡିଛି।

ଏବେ ରାଜ୍ୟରେ ଆଗାମୀ ମୁଖ୍ୟମନ୍ତ୍ରୀ କି’ଏ ହେବେ ସେନେଇ ଆଲୋଚନା ବଢିବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ରାଜସ୍ଥାନର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଏମ୍‌ପି ଦିୟା କୁମାରୀ, ବାଚସ୍ପତି ଓମ ର୍ବିଲା, କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ଏବଂ ଯୋଗୀ ବାଳକନାଥ ଦୌଡ଼ରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri