Posted inଜାତୀୟ

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ। ଗୃହର ପରିବେଶ ଏତେ ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା ଯେ ଗୃହ କାର୍ଯ୍ୟକୁ ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ଭାରତ ନିଯୁକ୍ତି ଏବଂ ଜୀବିକା ମିଶନ ଗ୍ୟାରେଣ୍ଟି ବିଲ୍ ଯାହାକୁ VB–G Ram G ଭାବରେ ମଧ୍ୟ ଜଣାଶୁଣା, ସେ ଉପରେ କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଲୋକସଭାରେ ପ୍ରତିକ୍ରିୟା ଦେଇଥିଲେ। MGNREGA ବଦଳରେ ସରକାର ଆଣିଥିଲେ VB–G RAM G ବିଲ୍‌ । ଏହି ସମୟ ମଧ୍ୟରେ ବିରୋଧୀ ଦଳ ବିଲ୍ ବିରୋଧରେ ସ୍ଲୋଗାନ ଦେଇଥିଲେ। ବିରୋଧୀ ସାଂସଦମାନେ ବେଲ ଭିତରକୁ ପ୍ରବେଶ କରି କାଗଜ ଫିଙ୍ଗିଲେ।

ଶିବରାଜ ସିଂହ ଚୌହାନ କହିଛନ୍ତି, ଆମେ କାହାରି ପ୍ରତି ଭେଦଭାବ କରୁନାହୁଁ। ବାପୁ ଆମର ପ୍ରେରଣା ଏବଂ ଶ୍ରଦ୍ଧା। ସମଗ୍ର ଦେଶ ଆମ ପାଇଁ ଏକ। ଦେଶ କେବଳ ଏକ ଭୂମି ଖଣ୍ଡ ନୁହେଁ । ଆମର ଦୃଷ୍ଟିକୋଣ ସଂକୀର୍ଣ୍ଣ ଏବଂ ସୀମିତ ନୁହେଁ ।

କଂଗ୍ରେସ ସାଂସଦ କେଜି ଭେନୁଗୋପାଳ ବାଚସ୍ପତିଙ୍କୁ ବିଲ୍‌ଟିକୁ ଏକ ସ୍ଥାୟୀ କମିଟି କିମ୍ବା ଏକ ମିଳିତ ସଂସଦୀୟ କମିଟିକୁ ପଠାଇବାକୁ ଅନୁରୋଧ କରିଥିଲେ। ତଥାପି, ଲୋକସଭା ବାଚସ୍ପତି ଏହି ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି କହିଥିଲେ ଯେ ବିଲ୍‌ଟି ଉପରେ ୧୪ ଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇସାରିଛି। ଏହି ସମୟରେ, ଯେତେବେଳେ ବିରୋଧୀ ଦଳ ନାରାବାଜି ଆରମ୍ଭ କଲେ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ ବିତର୍କ ଜାରି ରଖିବାକୁ ଦାବି କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri