ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ମୁଖ୍ୟତଃ ହେଲ୍‌ମେଟ ଚେକିଂ ପ୍ରକ୍ରିୟା ଏବଂ ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କ ବିରୋଧରେ ଆହୁରି କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଖୁବ୍‌ଶୀଘ୍ର ଜିଲାସ୍ତରରେ ଏନେଇ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏହାକୁ କମାଇବା ଲାଗି ସବୁ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯିବ ବୋଲି ଜଣାପଡ଼ିଛି। ଏହା ଉପରେ ସୋମବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ବୈଠକରେ ଜିଲାପାଳ ଏବଂ ଏସ୍‌ିପିମାନେ ଉପସ୍ଥିତ ରହିବେ।
ଏହାକୁ ନେଇ ପରିବହନ ସଚିବ ମଧୁସୂଦନ ପାଢ଼ୀ କହିଛନ୍ତି, ରାଜ୍ୟ ସରକାର ବର୍ତ୍ତମାନ ସଡ଼କ ଦୁର୍ଘଟଣା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ କମାଯିବା ଲାଗି ଯୋଜନା କରୁଛନ୍ତି। ହାଇଓ୍ବେରେ ମଦ ପିଇ ଏବଂ ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଉଥିବା ବ୍ୟକ୍ତି ଅଧିକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ହେବା ସାଙ୍ଗକୁ ମୃତ୍ୟୁମୁଖରେ ପଡୁଛନ୍ତି। ତେଣୁ ଜିଲାସ୍ତରରେ ଚେକିଂ କଡ଼ାକଡ଼ି ହେବ। ଏହାସହ ଦ୍ରୁତଗତିରେ ଗାଡ଼ି ଚଲାଉଥିବା ବ୍ୟକ୍ତିଙ୍କ ନିକଟରୁ ଫାଇନ ଆଦାୟ କରାଯିବ। ଡିଜିଟାଲ ବ୍ୟବସ୍ଥା ଏବେ ସବୁଆଡେ ଚାଲିଲାଣି। ତେଣୁ ଏସବୁ କରିବା ଉପରେ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି।
ଅନ୍ୟପଟେ ସରକାରୀ ତଥ୍ୟ ମୁତାବକ, ୨୦୧୯ରେ ରାଜ୍ୟରେ ମୋଟ ୧୧,୦୬୪ ସଡ଼କ ଦୁର୍ଘଟଣା ଘଟିଛି। ସେଥିରୁ ମୋଟ ୪,୬୮୮ଟି ବାଇକରେ ଯାଉଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ ଦୁର୍ଘଟଣା ହୋଇଛି। ସେଥିରୁ ମୋଟ ୫,୩୩୩ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ବାଇକ ଦ୍ୱାରା ଦୁର୍ଘଟଣାର ଶିକାର ହୋଇଥିବା ୨୩୯୮ଜଣ ମୃତ୍ୟୁବରଣ କରିଛନ୍ତି। ଅନ୍ୟପକ୍ଷରେ ଏହି ବାଇକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୧୫୬ଜଣ ଦୁର୍ଘଟଣା ସମୟରେ ହେଲମେଟ ନ ପିନ୍ଧିବା କାରଣରୁ ମୃତ୍ୟୁବରଣ କରିଛନ୍ତି। ଫଳରେ ରାଜ୍ୟ ସରକାର ଏହାକୁ ଗୁରୁତର ସହ ନେଇ ମୋଟର ଭେଇକିଲ ଆକ୍ଟକୁ କଡ଼ାକଡ଼ି କରିବା ଲାଗି ଯୋଜନା କରିଛନ୍ତି। ଏଥିଲାଗି ଗତ ୧୭ ତାରିଖରେ ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ଓ ଡିଜିପିଙ୍କୁ ଚିଠି ଲେଖି ନିୟମ ଖିଲାପ କରୁଥିବା ଗାଡ଼ି ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି। ଅର୍ଥାତ୍‌ ହେଲ୍‌ମେଟ ନ ପିନ୍ଧି ବାଇକ ଚଳାଉଥିବା ଆରୋହୀଙ୍କ ଲାଇସେନ୍ସ ୩ ମାସ ଲାଗି ବାତିଲ କରିବା ସହିତ ହଜାରେ ଟଙ୍କା ଜରିମାନା ଆଦାୟ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ନିକଟରେ ସଡ଼କ ସୁରକ୍ଷା ନେଇ ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାରେ ବଢୁଥିବା ଦୁର୍ଘଟଣା ସମ୍ପର୍କିତ ତଥ୍ୟ ଦେଖି ସୁପ୍ରିମକୋର୍ଟ କମିଟି ବିରକ୍ତି ହେବା ପରେ ସରକାର ଏହି ନିୟମ କଡ଼ାକଡ଼ି କରିବା ଉପରେ ବିଶେଷ ଧ୍ୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri