ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ମୁଖ୍ୟତଃ ହେଲ୍‌ମେଟ ଚେକିଂ ପ୍ରକ୍ରିୟା ଏବଂ ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କ ବିରୋଧରେ ଆହୁରି କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଖୁବ୍‌ଶୀଘ୍ର ଜିଲାସ୍ତରରେ ଏନେଇ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏହାକୁ କମାଇବା ଲାଗି ସବୁ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯିବ ବୋଲି ଜଣାପଡ଼ିଛି। ଏହା ଉପରେ ସୋମବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ବୈଠକରେ ଜିଲାପାଳ ଏବଂ ଏସ୍‌ିପିମାନେ ଉପସ୍ଥିତ ରହିବେ।
ଏହାକୁ ନେଇ ପରିବହନ ସଚିବ ମଧୁସୂଦନ ପାଢ଼ୀ କହିଛନ୍ତି, ରାଜ୍ୟ ସରକାର ବର୍ତ୍ତମାନ ସଡ଼କ ଦୁର୍ଘଟଣା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ କମାଯିବା ଲାଗି ଯୋଜନା କରୁଛନ୍ତି। ହାଇଓ୍ବେରେ ମଦ ପିଇ ଏବଂ ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଉଥିବା ବ୍ୟକ୍ତି ଅଧିକ ଦୁର୍ଘଟଣାର ଶିକାର ହୋଇ ଗୁରୁତର ହେବା ସାଙ୍ଗକୁ ମୃତ୍ୟୁମୁଖରେ ପଡୁଛନ୍ତି। ତେଣୁ ଜିଲାସ୍ତରରେ ଚେକିଂ କଡ଼ାକଡ଼ି ହେବ। ଏହାସହ ଦ୍ରୁତଗତିରେ ଗାଡ଼ି ଚଲାଉଥିବା ବ୍ୟକ୍ତିଙ୍କ ନିକଟରୁ ଫାଇନ ଆଦାୟ କରାଯିବ। ଡିଜିଟାଲ ବ୍ୟବସ୍ଥା ଏବେ ସବୁଆଡେ ଚାଲିଲାଣି। ତେଣୁ ଏସବୁ କରିବା ଉପରେ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି।
ଅନ୍ୟପଟେ ସରକାରୀ ତଥ୍ୟ ମୁତାବକ, ୨୦୧୯ରେ ରାଜ୍ୟରେ ମୋଟ ୧୧,୦୬୪ ସଡ଼କ ଦୁର୍ଘଟଣା ଘଟିଛି। ସେଥିରୁ ମୋଟ ୪,୬୮୮ଟି ବାଇକରେ ଯାଉଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ ଦୁର୍ଘଟଣା ହୋଇଛି। ସେଥିରୁ ମୋଟ ୫,୩୩୩ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ବାଇକ ଦ୍ୱାରା ଦୁର୍ଘଟଣାର ଶିକାର ହୋଇଥିବା ୨୩୯୮ଜଣ ମୃତ୍ୟୁବରଣ କରିଛନ୍ତି। ଅନ୍ୟପକ୍ଷରେ ଏହି ବାଇକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୧୫୬ଜଣ ଦୁର୍ଘଟଣା ସମୟରେ ହେଲମେଟ ନ ପିନ୍ଧିବା କାରଣରୁ ମୃତ୍ୟୁବରଣ କରିଛନ୍ତି। ଫଳରେ ରାଜ୍ୟ ସରକାର ଏହାକୁ ଗୁରୁତର ସହ ନେଇ ମୋଟର ଭେଇକିଲ ଆକ୍ଟକୁ କଡ଼ାକଡ଼ି କରିବା ଲାଗି ଯୋଜନା କରିଛନ୍ତି। ଏଥିଲାଗି ଗତ ୧୭ ତାରିଖରେ ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ଓ ଡିଜିପିଙ୍କୁ ଚିଠି ଲେଖି ନିୟମ ଖିଲାପ କରୁଥିବା ଗାଡ଼ି ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି। ଅର୍ଥାତ୍‌ ହେଲ୍‌ମେଟ ନ ପିନ୍ଧି ବାଇକ ଚଳାଉଥିବା ଆରୋହୀଙ୍କ ଲାଇସେନ୍ସ ୩ ମାସ ଲାଗି ବାତିଲ କରିବା ସହିତ ହଜାରେ ଟଙ୍କା ଜରିମାନା ଆଦାୟ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ନିକଟରେ ସଡ଼କ ସୁରକ୍ଷା ନେଇ ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାରେ ବଢୁଥିବା ଦୁର୍ଘଟଣା ସମ୍ପର୍କିତ ତଥ୍ୟ ଦେଖି ସୁପ୍ରିମକୋର୍ଟ କମିଟି ବିରକ୍ତି ହେବା ପରେ ସରକାର ଏହି ନିୟମ କଡ଼ାକଡ଼ି କରିବା ଉପରେ ବିଶେଷ ଧ୍ୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri