ବେଦାନ୍ତ ଆଲୁମିନିୟମର ‘ପଞ୍ଚପ୍ରାଣ’ ପ୍ରତିଶ୍ରୁତି

ଭୁବନେଶ୍ୱର,୧୮।୮: ୭୬ତମ ସ୍ବାଧୀନତା ଦିବସ ଅବସରରେ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ନୂତନ ସଙ୍କଳ୍ପ ‘ପଞ୍ଚପ୍ରାଣ’ର ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ତା’ର ଓଡ଼ିଶା ଓ ଛତିଶଗଡ଼ କର୍ମ ପରିସରରେ ନିୟୋଜିତ କର୍ମଚାରୀ, ବ୍ୟବସାୟିକ ସହଯୋଗୀ, ଗୋଷ୍ଠୀ ସଦସ୍ୟ ଓ ସେମାନଙ୍କ ପରିବାରଙ୍କ ମଧ୍ୟରେ ‘ପଞ୍ଚପ୍ରାଣ’ର ଆଭିମୁଖ୍ୟ ସହ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିଛି। ଏପରିକି ଆରମ୍ଭରୁ ବେଦାନ୍ତ ଆଲୁମିନିୟମ ଜାତୀୟ ଅଭିବୃଦ୍ଧି ଓ ବିକାଶ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନେଇ ଭାରତକୁ ବିଶ୍ୱ ମାନଚିତ୍ରରେ ଆଲୁମିନିୟମର ଏକ ଦ୍ରୁତ ଉଦୀୟମାନ ଶକ୍ତି ସଂସ୍ଥା ଭାବେ ମାନ୍ୟତା ପାଇପାରିଛି। ଭାରତରେ ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ଭାବେ ବେଦାନ୍ତ ଆଲୁମିନିୟମ ଅଟୋମୋବାଇଲ, ନିର୍ମାଣ, ବୈଦ୍ୟୁତିକ, ଉପଭୋକ୍ତା ସାମଗ୍ରୀ, ବୈଦ୍ୟୁତିକ ଯାନ ଏବଂ ସୌର-ଅକ୍ଷୟ ଶକ୍ତି ସହ ହାଇଟେକ ଉଦ୍ୟୋଗ ଯଥା ଏରୋସ୍ପେସ୍‌ ଭଳି କ୍ଷେତ୍ର ପାଇଁ କାର୍ଯ୍ୟ କରୁଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ପଞ୍ଚପ୍ରାଣ ଆଭିମୁଖ୍ୟକୁ ପ୍ରତିପାଦିତ କରିବାକୁ କମ୍ପାନୀ ଆଶାବାଦୀ ରହିଛି। ବିଶେଷକରି ଜାତୀୟ ବିକାଶ, ସେବାୟତଙ୍କଠାରୁ ମୁକ୍ତି, ଏତିହ୍ୟ ଓ ଉତ୍ତରାଧିକାରରେ ଗୌରବ ବହନ, ଏକତା ମଧ୍ୟରେ ଶକ୍ତି ଏବଂ ନାଗରିକ ଭାବେ କର୍ତ୍ତବ୍ୟ ଆଦି ସାମିଲ ରହିଛି।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ରାହୁଲ ଶର୍ମା କହିଛନ୍ତି, ଆମେ ଆମ ଦେଶ, ଗୋଷ୍ଠୀ ଓ ଗ୍ରାହକମାନଙ୍କ ପାଇଁ ଏକ ନିରନ୍ତର ଲକ୍ଷ୍ୟ ପଥରେ ରହିଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri