ବେଦାନ୍ତ ଆଲୁମିନିୟମର ‘ପଞ୍ଚପ୍ରାଣ’ ପ୍ରତିଶ୍ରୁତି

ଭୁବନେଶ୍ୱର,୧୮।୮: ୭୬ତମ ସ୍ବାଧୀନତା ଦିବସ ଅବସରରେ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ନୂତନ ସଙ୍କଳ୍ପ ‘ପଞ୍ଚପ୍ରାଣ’ର ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ତା’ର ଓଡ଼ିଶା ଓ ଛତିଶଗଡ଼ କର୍ମ ପରିସରରେ ନିୟୋଜିତ କର୍ମଚାରୀ, ବ୍ୟବସାୟିକ ସହଯୋଗୀ, ଗୋଷ୍ଠୀ ସଦସ୍ୟ ଓ ସେମାନଙ୍କ ପରିବାରଙ୍କ ମଧ୍ୟରେ ‘ପଞ୍ଚପ୍ରାଣ’ର ଆଭିମୁଖ୍ୟ ସହ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିଛି। ଏପରିକି ଆରମ୍ଭରୁ ବେଦାନ୍ତ ଆଲୁମିନିୟମ ଜାତୀୟ ଅଭିବୃଦ୍ଧି ଓ ବିକାଶ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନେଇ ଭାରତକୁ ବିଶ୍ୱ ମାନଚିତ୍ରରେ ଆଲୁମିନିୟମର ଏକ ଦ୍ରୁତ ଉଦୀୟମାନ ଶକ୍ତି ସଂସ୍ଥା ଭାବେ ମାନ୍ୟତା ପାଇପାରିଛି। ଭାରତରେ ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ଭାବେ ବେଦାନ୍ତ ଆଲୁମିନିୟମ ଅଟୋମୋବାଇଲ, ନିର୍ମାଣ, ବୈଦ୍ୟୁତିକ, ଉପଭୋକ୍ତା ସାମଗ୍ରୀ, ବୈଦ୍ୟୁତିକ ଯାନ ଏବଂ ସୌର-ଅକ୍ଷୟ ଶକ୍ତି ସହ ହାଇଟେକ ଉଦ୍ୟୋଗ ଯଥା ଏରୋସ୍ପେସ୍‌ ଭଳି କ୍ଷେତ୍ର ପାଇଁ କାର୍ଯ୍ୟ କରୁଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ପଞ୍ଚପ୍ରାଣ ଆଭିମୁଖ୍ୟକୁ ପ୍ରତିପାଦିତ କରିବାକୁ କମ୍ପାନୀ ଆଶାବାଦୀ ରହିଛି। ବିଶେଷକରି ଜାତୀୟ ବିକାଶ, ସେବାୟତଙ୍କଠାରୁ ମୁକ୍ତି, ଏତିହ୍ୟ ଓ ଉତ୍ତରାଧିକାରରେ ଗୌରବ ବହନ, ଏକତା ମଧ୍ୟରେ ଶକ୍ତି ଏବଂ ନାଗରିକ ଭାବେ କର୍ତ୍ତବ୍ୟ ଆଦି ସାମିଲ ରହିଛି।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ରାହୁଲ ଶର୍ମା କହିଛନ୍ତି, ଆମେ ଆମ ଦେଶ, ଗୋଷ୍ଠୀ ଓ ଗ୍ରାହକମାନଙ୍କ ପାଇଁ ଏକ ନିରନ୍ତର ଲକ୍ଷ୍ୟ ପଥରେ ରହିଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri