ମୃତ ଶ୍ରମିକଙ୍କ ପରିବାର ଲୋକଙ୍କୁ ୧୩ ଲକ୍ଷ ଟଙ୍କା ସହାୟତା ଦେଲା ବେଦାନ୍ତ

ଲାଞ୍ଜିଗଡ଼,୬।୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ କାରଖାନା ପରିସରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବକ୍ସାଇଟ ବୋଝେଇ ହାଇଓ୍ବା ଚାପାରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଝାଡ଼ଖଣ୍ଡ ଅଞ୍ଚଳର ମୁକେଶ ଟୁଡୁ(୩୩) ଓ ଅଭିମନ୍ୟୁ କୁମାର ଜେନା(୩୫)। ଅନ୍ୟପକ୍ଷେ ବେଦାନ୍ତ ପକ୍ଷରୁ ମୃତ ଶ୍ରମିକଙ୍କ ପରିବାର ଲୋକଙ୍କୁ ୧୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯାଇଛି। ଏପରି କି ମୃତଦେହ ସତ୍କାର ପାଇଁ ୧ ଲକ୍ଷ ଟଙ୍କା ଲେଖାଏ ପରିବାର ଲୋକଙ୍କୁ ଦିଆଯାଇଛି।

ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଏକ ବକ୍ସାଇଟ ବୋଝେଇ ହାଇଓ୍ବା ଅନଲୋଡିଙ୍ଗ କରିବାକୁ ଆସିଥିଲା। ସେତିକିବେଳେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏଥିରେ ୨ ଜଣ ଶ୍ରମିକ ଚାପି ହୋଇଯାଇଥିଲେ। ଫଳରେ ଘଟଣା ସ୍ଥଳରେ ମୁକେଶ ଏବଂ ଅଭିମନ୍ୟୁଙ୍କ ମୃତ୍ୟୁ ଘଟିଥିଲା। ଶ୍ରମିକଙ୍କ ମୃତ୍ୟୁକୁ ନେଇ ବେଦାନ୍ତରେ ଶୋକର ଛାୟା ଖେଳି ଯାଇଛି ।

ଖବର ପାଇ ଲାଞ୍ଜିଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୧୨/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏପରିକି ମୃତଦେହ ଶ୍ରମିକଙ୍କ ଗାଁକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri