ବେଦାନ୍ତର ଅଗ୍ନି ନିରାପତ୍ତା ତାଲିମ ଶିବିର

ଭୁବନେଶ୍ୱର,୨୪।୧୨ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ଅଗ୍ନି ଜାଗରୁକତା ପଦକ୍ଷେପ ଅଧୀନରେ ଏକ ତାଲିମ ଶିବିର ‘ଅଗ୍ନି ନରାପତ୍ତା ତାଲିମ ’କାର୍ଯ୍ୟକ୍ରମ ଝାରସୁଗୁଡ଼ାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଶାୟୀ ଛାତ୍ର ଓ କର୍ମଚାରୀମାନଙ୍କୁ ଅତ୍ୟାବଶ୍ୟକ ଅଗ୍ନି ନିରାପତ୍ତା କୌଶଳ ଉପରେ ଆବଶ୍ୟକ ଜ୍ଞାନ ଓ ବ୍ୟବହାରିକ ପଦ୍ଧତି ଉପରେ ଦିଗଦର୍ଶନ ଦେଇଥିଲେ। ଏପରିକି ସ୍ଥାନୀୟ ଗୋଷ୍ଠୀର ସୁରକ୍ଷା ଓ ସି୍ଥରତା ବୃଦ୍ଧି ଲାଗି କମ୍ପାନୀର ପ୍ରତିବଦ୍ଧତାକୁ ଅଧିକ ସୁଦୃଢ କରିବା ଲାଗି ଏହା ବ୍ୟାପକ ପ୍ରୟାସ କରିଥିଲା। ଏହି ପ୍ରଶିକ୍ଷଣ ଶିବିରକୁ ବେଦାନ୍ତର ସୁରକ୍ଷାବଳ ପରିଚାଳନା କରିଥିଲା। ଏପରିକି ଏଥିରେ ଛାତ୍ର, ଶିକ୍ଷକ ଏବଂ ସହାୟକ କର୍ମଚାରୀଙ୍କ ସହ ୩୦୦ରୁ ଅଧିକ ଉତ୍ସାହୀ ଯୁବକ ଅଂଶଗ୍ରହଣ କରିଥିଲେ। ଏହି ଅଧିବେଶନରେ ଜରୁରିକାଳୀନ ପ୍ରତିକ୍ରିୟା ପ୍ରୋଟୋକଲ, ନିରାପଦ ସୁରକ୍ଷା ପ୍ରଣାଳୀ, ଅଗ୍ନି ନିର୍ବାପକ କୌଶଳର ବ୍ୟବହାରିକ ପ୍ରଦର୍ଶନ ଓ ପ୍ରଣାଳୀ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।

ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଥିଲେ, ଆମେ ସମସ୍ତଙ୍କ ପାଇଁ ନିରାପଦ ପରିବେଶ ଚାହୁଁ। ଏଥିପାଇଁ ଆବଶ୍ୟକ ହେଉଛି ଉପଯୁକ୍ତ ଜ୍ଞାନକୌଶଳ ବିଷୟରେ ଅବଗତ ହେବା ଓ ଗୋଷ୍ଠୀକୁ ସଶକ୍ତ କରିବା। ଅଗ୍ନି ନିରାପତ୍ତା କାର୍ଯ୍ୟକ୍ରମ ଓ ପ୍ରସ୍ତୁତି ଆମ ସଚେତନତା ସଂସ୍କୃତିର ପରିଚୟ। ଏଥିପାଇଁ ଛାତ୍ର ଓ ଶିକ୍ଷକମାନଙ୍କ ଉତ୍ସାହ ଏବଂ କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ ପ୍ରକୃତରେ ପ୍ରେରଣାଦାୟକ। ଗୋଷ୍ଠୀକୁ ଅଧିକ ସ୍ଥିର କରିବାରେ ଏହି ପଦକ୍ଷେପଗୁଡ଼ିକର ପ୍ରଭାବକୁ ପ୍ରତିଫଳିତ କରିଥାଏ। ସେହିଭଳି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବଡ଼ମାଳର ପ୍ରଧାନଶିକ୍ଷକ କିଶୋର କୁମାର ପଟେଲ କହିଥିଲେ, ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାରୁ ଆମେ ବେଦାନ୍ତ ଆଲୁମିନିୟମକୁ ଧନ୍ୟବାଦ ଜଣାଉଛୁ। ଏପରିକି ଏହା ଆମର ଛାତ୍ର ଓ କର୍ମଚାରୀଙ୍କୁ ବ୍ୟବହାରିକ ଜ୍ଞାନକୌଶଳ ଓ ଅଗ୍ନିକାଣ୍ଡ ସମୟର ପରିସ୍ଥିତିକୁ ପରିଚାଳନା କରିବା ସମ୍ପର୍କରେ ଆତ୍ମବିଶ୍ୱାସ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?