ବେଦାନ୍ତକୁ ‘ମୋଷ୍ଟ ଇନୋଭେଟିଭ ବେଷ୍ଟ ପ୍ରାକ୍ଟିସ’ ପୁରସ୍କାର

ଭୁବନେଶ୍ୱର,୧୪।୧: ଭାରତର ପ୍ରମୁଖ ଆଲୁମିନିୟମ ଉତ୍ପାଦନକାରୀ କମ୍ପାନୀ ବେଦାନ୍ତ ଆଲୁମିନିୟମକୁ ‘ମୋଷ୍ଟ ଇନୋଭେଟିଭ ବେଷ୍ଟ ପ୍ରାକ୍ଟିସ’ ପୁରସ୍କାର ପ୍ରଦାନ କରାଯାଇଛି। ସିଆଇଆଇର ସେଣ୍ଟର ଫର୍‌ ଡିଜିଟାଲ ଟ୍ରାନ୍ସଫରମେଶନ ସମ୍ମିଟ ଆଣ୍ଡ ଆଓ୍ବାର୍ଡ-୨୦୨୦ କାର୍ଯ୍ୟକ୍ରମରେ ଡିଜିଟାଲୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପୃଥିବୀର ତୃତୀୟ ତଥା ଭାରତର ପ୍ରଥମ ଥର ଡିଜିଟାଲ ସ୍ମେଲଟର ଜ୍ଞାନକୌଶଳ ବେଦାନ୍ତର ଝାରସୁଗୁଡ଼ା(ଓଡିଶା) ପ୍ଲାଣ୍ଟରେ ସ୍ଥାପନ କରାଯାଇଛି। ଆତ୍ମନିର୍ଭର ଭାରତ ଗଠନ ଅନ୍ତର୍ଗତ ହୋଇଥିବା ଏହି ଡିଜିଟାଲ ଟ୍ରାନ୍ସଫର୍ମେଶନ ସମ୍ମିଟରେ ୩୦୦ରୁ ଊର୍ଦ୍ଧ୍ୱ କମ୍ପାନୀ ଅଂଶ ଗ୍ରହଣ କରିଥିଲେ। ବେଦାନ୍ତ ଆଲୁମିନିୟମର ଡିଜିଟାଲ ସ୍ମେଲଟର ପ୍ରକଳ୍ପର କାର୍ଯ୍ୟଶୈଳୀ ସମ୍ପର୍କରେ ଏଠାରେ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ବେଦାନ୍ତ ଲିମିଟେଡ୍‌ର ଆଲୁମିନିୟମ ଏବଂ ପାଓ୍ବାର ବିଜ୍‌ନେସ୍‌ର ସିଇଓ ଅଜୟ କପୁର କହିଥିଲେ, ଆମେ ଶ୍ରେଷ୍ଠ ଡିଜିଟାଲ ସମାଧାନ ସହାୟତାରେ କାର୍ଯ୍ୟକାରୀ ଦକ୍ଷତା ଏବଂ ଅପ୍ଟିମାଇଜିଂ ମୂଲ୍ୟ ଏବଂ କଞ୍ଚାମାଲର ଉପଯୋଗ କମାଇବା ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri