ବେଦାନ୍ତ ଗୋଷ୍ଠୀଗତ ବିକାଶ ପ୍ରତି ସମର୍ପିତ

ଭୁବନେଶ୍ୱର,୧୮।୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ‘ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ବା ଏଏଏଫ୍‌’ ଏବଂ ରାୟଗଡ଼ା ଜିଲା ପ୍ରଶାସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ରାୟଗଡ଼ା ଜିଲାରେ ପ୍ରାରମ୍ଭିକ ଶୈଶବ ଯତ୍ନ ଓ ଶିକ୍ଷାର ଉନ୍ନତି ପାଇଁ ଫାଉଣ୍ଡେଶନ ରାୟଗଡ଼ା ଏବଂ କାଶୀପୁର ବ୍ଲକ୍‌ର ୧୦୦ଟି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଅତ୍ୟାଧୁନିକ ‘ନନ୍ଦଘର’ରେ ପରିଣତ କରିବ ବୋଲି ବୁଝାମଣାପତ୍ରରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକୁ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ଅତ୍ୟାଧୁନିକ କେନ୍ଦ୍ରରେ ପରିଣତ କରାଯିବ । ସେହିଭଳି ଏହି ବୁଝାମଣାପତ୍ର ସ୍ବାକ୍ଷର ଉତ୍ସବରେ ଉଭୟ ଏଏଏଫ୍‌ର ଅଧିକାରୀ ଏବଂ ରାୟଗଡ଼ା ଜିଲାପାଳ ପାରୁଲ ପଟୱାରି, ଜିଲା ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଥମ ପର୍ଯ୍ୟାୟରେ କାଶୀପୁର ବ୍ଲକ୍‌ର ୧୫ଟି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଅତ୍ୟାଧୁନିକ ନନ୍ଦଘରରେ ପରିଣତ ସହିତ ଶିଶୁମାନଙ୍କର ପ୍ରାକ୍‌ ଶୈଶବର ବିକାଶ ପାଇଁ ଉନ୍ନତ ଭିତ୍ତିିଭୂମି ଯୋଗାଇ ଦିଆଯିବ। ପରବର୍ତ୍ତୀ ସମୟରେ ରାୟଗଡ଼ା ବ୍ଲକ୍‌ର ଅବଶିଷ୍ଟ ୮୫ଟି କେନ୍ଦ୍ରକୁ ବିକାଶ କରାଯିବ।ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି, ଆମେ ଗୋଷ୍ଠୀଗତ ବିକାଶ ପ୍ରତି ସମର୍ପିତ ଅଛୁ। ଯାହା ବେଦାନ୍ତର ମୂଳ ମୂଲ୍ୟବୋଧ ଉପରେ ଆଧାରିତ ରହିଛି, ଯାହା କମ୍ପାନୀର କାର୍ଯ୍ୟକ୍ଷମ ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ସକାରାତ୍ମକ ଏବଂ ସ୍ଥାୟୀ ପ୍ରଭାବ ସୃଷ୍ଟି କରିଥାଏ।
ବିଶେଷକରି ନନ୍ଦଘର କାର୍ଯ୍ୟକ୍ରମ,ଯାହା ବେଦାନ୍ତର ପ୍ରମୁଖ ସାମାଜିକ ପ୍ରଭାବ ପ୍ରକଳ୍ପ, ମହିଳାମାନଙ୍କୁ ସଶକ୍ତ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ପ୍ରାରମ୍ଭିକ ଶୈଶବ ଶିକ୍ଷାର ମୂଳଦୁଆକୁ ମଧ୍ୟ ମଜଭୁତ କରିଥାଏ ା ରାୟଗଡ଼ାର ଜିଲା କର୍ତ୍ତୃପକ୍ଷଙ୍କ ସହ ଭାଗୀଦାରିକରି ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri