ଗ୍ରାମୀଣ ମହିଳାଙ୍କୁ ସକ୍ଷମ କରାଉଛି ବେଦାନ୍ତ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ପ୍ରତିଷ୍ଠାନ ବେଦାନ୍ତ ଆଲୁମିନିୟମ ହଜାର ହଜାର ଗ୍ରାମୀଣ ମହିଳାଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଇଛି। ବିଶେଷକରି ଦକ୍ଷତା, ଆର୍ଥିକ ସାକ୍ଷରତା, ସମ୍ବଳ, ପ୍ରଯୁକ୍ତିବିଦ୍ୟା ଏବଂ ବଜାର ସହାୟତା ଜରିଆରେ ସେମାନଙ୍କୁ ସକ୍ଷମ କରାଇ ଜାତୀୟ ସାମାଜିକ ଅର୍ଥନୈତିକ କ୍ଷେତ୍ରରେ ମଧ୍ୟ ସମାନ ଭାବେ ସାମିଲ କରାଇପାରିଛି। ଏପରିକି କମ୍ପାନୀର ମୌଳିକ ନୀତି ଓ ଦାରିଦ୍ର୍ୟ ଦୂରୀକରଣ ଉଦ୍ଦେଶ୍ୟରେ ଗ୍ରାମୀଣ ମହିଳାମାନଙ୍କ ପାଇଁ ଏଭଳି ଏକ ପଦକ୍ଷେପ ସେମାନଙ୍କୁ ନିରନ୍ତର ବିକାଶ ପଥରେ ଆଗେଇନେବ। ବିଶେଷକରି ଓଡ଼ିଶା ଓ ଛତିଶଗଡ଼ରେ ବେଦାନ୍ତ ଆଲୁମିନିୟମର କାର୍ଯ୍ୟ ପରିସର ହୋଇଥିବାରୁ କମ୍ପାନୀ ଉଭୟ ରାଜ୍ୟର କାର୍ଯ୍ୟ ପରିସର ଅଞ୍ଚଳର ମହିଳାମାନଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ କରିବାକୁ ବ୍ୟାପକ ପଦକ୍ଷେପ ମଧ୍ୟ ଗ୍ରହଣ କରିଛି। ଏହାଦ୍ୱାରା ୧୩,୦୦୦ରୁ ଅଧିକ ମହିଳା ଉପକୃତ ହେବା ସହ ଶୂନ୍ୟ ଦାରିଦ୍ର୍ୟ, ଶୂନ୍ୟ କ୍ଷୁଧା ଓ ଲିଙ୍ଗଗତ ସମାନତାର ବିଶ୍ୱସ୍ତରୀୟ ଲକ୍ଷ୍ୟ ପ୍ରତି କମ୍ପାନୀର ପ୍ରତିବଦ୍ଧତା ପୂରଣ ହୋଇପାରିଛି। ଆଜି ମହିଳାମାନେ ବିଭିନ୍ନ ପ୍ରକାର ସ୍ବାବଲମ୍ବନମୂଳକ କାର୍ଯ୍ୟ ଜରିଆରେ ନିଜକୁ ପ୍ରତିଷ୍ଠା କରାଇପାରିଛନ୍ତି। ଉଲ୍ଲେଖଯୋଗ୍ୟ, କମ୍ପାନୀର ପ୍ରମୁଖ କାର୍ଯ୍ୟକ୍ରମ ଯଥା ଶୁଭଲକ୍ଷ୍ମୀ ସମବାୟ, ଉନ୍ନତି ଏବଂ ସଖୀ ପ୍ରକଳ୍ପ ଜରିଆରେ ବିଭିନ୍ନ ବର୍ଗର ମହିଳାମାନେ ବେଶ୍‌ ଉପକୃତ ହେଉଛନ୍ତି। ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ ରାହୁଲ ଶର୍ମା କହିଛନ୍ତି, ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବିଶେଷକରି ଭାରତର ଗ୍ରାମାଞ୍ଚଳରୁ ସାମିଲ ହେବା ଗୁରୁତ୍ୱପୂର୍ଣ୍ଣ। ସେହିପରି ଗୁଣାତ୍ମକ ଶିକ୍ଷା, ସ୍ବାସ୍ଥ୍ୟସେବା, ଲିଙ୍ଗଗତ ସମାନତା କ୍ଷେତ୍ରରେ ମଧ୍ୟ ମହିଳାଙ୍କୁ ସମାନ ଅଧିକାର ପ୍ରଦାନ ଦିଗରେ ବେଦାନ୍ତ ପ୍ରୟାସ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri