ଇଏସ୍‌ଆଇସି ସହ ବେଦାନ୍ତ ଲାଞ୍ଜିଗଡ଼ର ଏମ୍‌ଓୟୁ

ଭୁବନେଶ୍ୱର,୨୯ା୧୦: ବେଦାନ୍ତ ଆଲୁମିନିୟମର ଲାଞ୍ଜିଗଡ଼ ୟୁନିଟ୍‌ ସହ କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି) ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ଏହି ସହଭାଗିତାର ଏକ ଅଂଶ ଭାବେ ଲାଞ୍ଜିଗଡ଼ଠାରେ ଥିବା ବେଦାନ୍ତ ଡାକ୍ତରଖାନା ବର୍ତ୍ତମାନ ଇଏସ୍‌ଆଇସିର ଏକ ନିଯୁକ୍ତିଦାତା ଡିସ୍‌ପେନସାରି ଭାବେ ମାନ୍ୟତା ହାସଲ କରିଛି। ବିଶେଷକରି ଇଏସ୍‌ଆଇସି ସାଧାରଣ ସ୍ବାସ୍ଥ୍ୟଜନିତ ଆପଦକୁ ତିନିସ୍ତରୀୟ ସହାୟତା ଯଥା ପ୍ରାଥମିକ, ମାଧ୍ୟମିକ ଓ ତୃତୀୟ ଶ୍ରେଣୀରେ ବିଭକ୍ତ କରିଛି, ଯେଉଁଥିରେ ଜଣେ ଇଏସ୍‌ଆଇସିର ହିତାଧିକାରୀ ଚିକିତ୍ସା ପାଇପାରିବେ।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ଡେପୁଟି ସିଇଓ (ଆଲୁମିନା ବିଜ୍‌ନେସ) ଜି. ଜି. ପାଲ କହିଛନ୍ତି, ଆମ କର୍ମଚାରୀ ଓ ବ୍ୟବସାୟିକ ଭାଗୀଦାରିଙ୍କ କଲ୍ୟାଣ ଆମ ପାଇଁ ସବୁଠାରୁ ମୂଲ୍ୟବାନ। ଇଏସ୍‌ଆଇସି ସହ ଏହି ସହଭାଗିତା ଆମର କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଇଏସ୍‌ଆଇସିର କଲ୍ୟାଣକାରୀ ଯୋଜନାରୁ ସୁବିଧା ଓ ଲାଭ ମିଳିବ। ଲାଞ୍ଜିଗଡ ବେଦାନ୍ତ ହସ୍ପିଟାଲ ଲୋକମାନଙ୍କୁ ଦୀର୍ଘ ୧୫ବର୍ଷ ହେଲା ଚିକିତ୍ସା ସେବା ଯୋଗାଇ ଦେଇ ଆସୁଛି। ସେହିଭଳି ଇଏସ୍‌ଆଇସିର ଆଞ୍ଚଳିକ ନିର୍ଦ୍ଦେଶକ ଓଡ଼ିଶା ଭୁବନେଶ୍ୱରର ପାର୍ଥସାରଥି ପଣ୍ଡା କହିଛନ୍ତି, ଆମେ ଖୁସି ଯେ ବେଦାନ୍ତ ତା’ର ହସ୍ପିଟାଲ ସହିତ ଇଏସ୍‌ଆଇସିକୁ ସାମିଲ କରାଇଛି, ଯାହାଦ୍ୱାରା ସ୍ଥାନୀୟ ଗୋଷ୍ଠୀ ବହୁ ଲାଭବାନ ହେବେ। ଏହି ପଦକ୍ଷେପ ଦ୍ୱାରା ବେଦାନ୍ତର କର୍ମଚାରୀମାନେ ବିଶେଷ ଭାବେ ଉପକୃତ ହେବେ। ବେଦାନ୍ତ ଲାଞ୍ଜିଗଡ଼ କର୍ମଚାରୀ ଓ ସ୍ଥାନୀୟ ଜନବର୍ଗଙ୍କ କଲ୍ୟାଣ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri