ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୧ ଲକ୍ଷ ନିଯୁକ୍ତି, ଜାଣନ୍ତୁ କେମିତି

ଭୁବନେଶ୍ୱର,୨୪।୧୦(ଅନୁରାଧା ମହାରଣା/ସୁନିତ୍‌ ମିଶ୍ର):ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ରାଜ୍ୟ ସରକାର ମଧ୍ୟ ଏହି ନିବେଶକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି। ଏଥିପାଇଁ ଆବଶ୍ୟକ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ୩୦ ଲକ୍ଷ ଟନ୍‌ର ଆଲୁମିନିୟମ ପ୍ଲାଣ୍ଟ ବେଦାନ୍ତ ପକ୍ଷରୁ କରାଯିବ। ଜମି ମିଳିଲେ ୩ରୁ ୪ ମାସ ମଧ୍ୟରେ କାମ ଆରମ୍ଭ ହେବ। ମାସକ ଭିତରେ ମୁଖ୍ୟମନ୍ତ୍ରୀ ଜମି ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ୩ରୁ ସାଢେ ୩ ବର୍ଷ ସମୟ ଲାଗିବ। ଏହାଦ୍ୱାରା ୩୦ରୁ ୪୦ ହଜାର ଲୋକ କାମ ପାଇବେ ବୋଲି ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅଗ୍ରଓ୍ବାଲ ଗଣମାଧ୍ୟମକୁ କହିଛନ୍ତି।
ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ଦୀର୍ଘଦିନରୁ ଚର୍ଚ୍ଚାରେ ରହି ଆସିଥିବା ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କଥା ଦୋହରାଇ ଅଗ୍ରଓ୍ବାଲ କହିଛନ୍ତି, ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସବୁ ରାଜ୍ୟ ତାଙ୍କ ପଛରେ ପଡ଼ିଛନ୍ତି। ହେଲେ ତାଙ୍କ ହୃଦୟରେ ଓଡ଼ିଶା ରହିଛି। ଦେଶର ୭ ଲକ୍ଷ ଛାତ୍ରୀଛାତ୍ର ବିଦେଶରେ ପଢୁଛନ୍ତି। ଜମି ଓଡ଼ିଶାରେ ଅଛି, ଏଥିଲାଗି ରାଜ୍ୟବାସୀଙ୍କ ସମର୍ଥନ ଦରକାର। ବିଶ୍ୱବିଦ୍ୟାଳୟ ପୁରୀରେ ହେବ କି କେଉଁଠି ହେବ ତାହା ଓଡ଼ିଶା ଲୋକଙ୍କ ଜନମତ ନେବା ପରେ ସ୍ପଷ୍ଟହେବ ବୋଲି ଅଗ୍ରଓ୍ବାଲ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ଯେ, ବିଶ୍ୱର ମେଟାଲ ଭାଲ୍ୟୁ ଚେନ୍‌ରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ କେନ୍ଦୁଝରଠାରେ ଏକ ଅତ୍ୟାଧୁନିକ ଫେରୋ ଆଲଏଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ଏଥିରେ ବେଦାନ୍ତ ପକ୍ଷରୁ ୨ ହଜାର କୋଟି ଟଙ୍କା ବିନିଯୋଗ ହେବ। ବେଦାନ୍ତ ପକ୍ଷରୁ ଓଡ଼ିଶାରେ ଦୁଇଟି ନୂଆ ଆଲୁମିନିଅମ୍‌ ପାର୍କ ମଧ୍ୟ ପ୍ରତିଷ୍ଠା କରାଯିବ। ଝାରସୁଗୁଡ଼ାରେ ଥିବା ଏହାର ଆଲୁମିନିଅମ୍‌ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ରାଜ୍ୟ ସରକାର ଜମି ଯୋଗାଇଦେବେ ସେଠାରେ ମଧ୍ୟ ଆଉ ଏକ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା ହେବ। ଏହି ୨ଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତ ଗ୍ରେଡ୍‌ର ଆଲୁମିନିଅମ୍‌ ଆଲୟ ପ୍ରସ୍ତୁତ ହେବ। ଏହା ଏରୋସ୍ପେସ୍‌, ଇଲେକ୍ଟ୍ରିକ୍‌ ଭେହିକିଲ୍‌ ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ। ଏହାଦ୍ୱାରା ଡାଉନଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ଆସିବ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନୀର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ଗ୍ଲୋବାଲ ହବ୍‌ ହେବା ପାଇଁ ଓଡ଼ିଶା ବର୍ତ୍ତମାନ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଉଦ୍ୟମ ଦ୍ୱାରା କେବଳ ଅର୍ଥନୈତିକ ଅଭିବୃଦ୍ଧି ଆସିବ ନାହିଁ, ଯୁବବର୍ଗଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବା ସହ ଜନସାଧାରଣଙ୍କୁ ସଶକ୍ତ କରିବ। ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ ହେବା ପାଇଁ କ୍ଷେତ୍ର ପ୍ରସ୍ତୁତ କରିବ। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ପୁଞ୍ଜିନିବେଶ ଏକ ଗେମ୍‌ ଚେଞ୍ଜର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ବେଦାନ୍ତର ଶିଳ୍ପ ପ୍ରକଳ୍ପଗୁଡିକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri