ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୧ ଲକ୍ଷ ନିଯୁକ୍ତି, ଜାଣନ୍ତୁ କେମିତି

ଭୁବନେଶ୍ୱର,୨୪।୧୦(ଅନୁରାଧା ମହାରଣା/ସୁନିତ୍‌ ମିଶ୍ର):ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡ଼ିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଏହାଦ୍ୱାରା ରାଜ୍ୟରେ ୧ ଲକ୍ଷରୁ ଅଧିକ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ରାଜ୍ୟ ସରକାର ମଧ୍ୟ ଏହି ନିବେଶକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ ଅଛନ୍ତି। ଏଥିପାଇଁ ଆବଶ୍ୟକ ଜମି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ୩୦ ଲକ୍ଷ ଟନ୍‌ର ଆଲୁମିନିୟମ ପ୍ଲାଣ୍ଟ ବେଦାନ୍ତ ପକ୍ଷରୁ କରାଯିବ। ଜମି ମିଳିଲେ ୩ରୁ ୪ ମାସ ମଧ୍ୟରେ କାମ ଆରମ୍ଭ ହେବ। ମାସକ ଭିତରେ ମୁଖ୍ୟମନ୍ତ୍ରୀ ଜମି ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ୩ରୁ ସାଢେ ୩ ବର୍ଷ ସମୟ ଲାଗିବ। ଏହାଦ୍ୱାରା ୩୦ରୁ ୪୦ ହଜାର ଲୋକ କାମ ପାଇବେ ବୋଲି ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅଗ୍ରଓ୍ବାଲ ଗଣମାଧ୍ୟମକୁ କହିଛନ୍ତି।
ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ଦୀର୍ଘଦିନରୁ ଚର୍ଚ୍ଚାରେ ରହି ଆସିଥିବା ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କଥା ଦୋହରାଇ ଅଗ୍ରଓ୍ବାଲ କହିଛନ୍ତି, ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସବୁ ରାଜ୍ୟ ତାଙ୍କ ପଛରେ ପଡ଼ିଛନ୍ତି। ହେଲେ ତାଙ୍କ ହୃଦୟରେ ଓଡ଼ିଶା ରହିଛି। ଦେଶର ୭ ଲକ୍ଷ ଛାତ୍ରୀଛାତ୍ର ବିଦେଶରେ ପଢୁଛନ୍ତି। ଜମି ଓଡ଼ିଶାରେ ଅଛି, ଏଥିଲାଗି ରାଜ୍ୟବାସୀଙ୍କ ସମର୍ଥନ ଦରକାର। ବିଶ୍ୱବିଦ୍ୟାଳୟ ପୁରୀରେ ହେବ କି କେଉଁଠି ହେବ ତାହା ଓଡ଼ିଶା ଲୋକଙ୍କ ଜନମତ ନେବା ପରେ ସ୍ପଷ୍ଟହେବ ବୋଲି ଅଗ୍ରଓ୍ବାଲ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ଯେ, ବିଶ୍ୱର ମେଟାଲ ଭାଲ୍ୟୁ ଚେନ୍‌ରେ ଓଡ଼ିଶାର ପ୍ରତିଷ୍ଠା ବୃଦ୍ଧି ପାଇଁ କେନ୍ଦୁଝରଠାରେ ଏକ ଅତ୍ୟାଧୁନିକ ଫେରୋ ଆଲଏଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ଏଥିରେ ବେଦାନ୍ତ ପକ୍ଷରୁ ୨ ହଜାର କୋଟି ଟଙ୍କା ବିନିଯୋଗ ହେବ। ବେଦାନ୍ତ ପକ୍ଷରୁ ଓଡ଼ିଶାରେ ଦୁଇଟି ନୂଆ ଆଲୁମିନିଅମ୍‌ ପାର୍କ ମଧ୍ୟ ପ୍ରତିଷ୍ଠା କରାଯିବ। ଝାରସୁଗୁଡ଼ାରେ ଥିବା ଏହାର ଆଲୁମିନିଅମ୍‌ ପ୍ଲାଣ୍ଟ ନିକଟରେ ଗୋଟିଏ ନୂଆ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା କରାଯିବ। ରାଜ୍ୟର ଅନ୍ୟ ସ୍ଥାନରେ ଯେଉଁଠି ରାଜ୍ୟ ସରକାର ଜମି ଯୋଗାଇଦେବେ ସେଠାରେ ମଧ୍ୟ ଆଉ ଏକ ଆଲୁମିନିଅମ୍‌ ପାର୍କ ପ୍ରତିଷ୍ଠା ହେବ। ଏହି ୨ଟି ଅତ୍ୟାଧୁନିକ ପାର୍କରେ ଅତ୍ୟନ୍ତ ଉନ୍ନତ ଗ୍ରେଡ୍‌ର ଆଲୁମିନିଅମ୍‌ ଆଲୟ ପ୍ରସ୍ତୁତ ହେବ। ଏହା ଏରୋସ୍ପେସ୍‌, ଇଲେକ୍ଟ୍ରିକ୍‌ ଭେହିକିଲ୍‌ ଓ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହାର ହୋଇପାରିବ। ଏହାଦ୍ୱାରା ଡାଉନଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ଆସିବ ଏବଂ ଏମ୍‌ଏସ୍‌ଏମ୍‌ଇ ଶିଳ୍ପରେ ବିପୁଳ ଅଭିବୃଦ୍ଧି ହୋଇପାରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ପରିକଳ୍ପନାର ସଫଳ ରୂପାୟନ ପାଇଁ ପ୍ରତିଶ୍ରୁତିବଦ୍ଧ। ଭିତ୍ତିଭୂମିର ବିକାଶ ତଥା ବେଦାନ୍ତ ଭଳି କମ୍ପାନୀର ପୁଞ୍ଜି ବିନିଯୋଗ ଜରିଆରେ ଓଡ଼ିଶା ସରକାର ଏହି ଲକ୍ଷ୍ୟ ହାସଲ କରିବେ। ଶିଳ୍ପ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ଗ୍ଲୋବାଲ ହବ୍‌ ହେବା ପାଇଁ ଓଡ଼ିଶା ବର୍ତ୍ତମାନ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଉଦ୍ୟମ ଦ୍ୱାରା କେବଳ ଅର୍ଥନୈତିକ ଅଭିବୃଦ୍ଧି ଆସିବ ନାହିଁ, ଯୁବବର୍ଗଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବା ସହ ଜନସାଧାରଣଙ୍କୁ ସଶକ୍ତ କରିବ। ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ ହେବା ପାଇଁ କ୍ଷେତ୍ର ପ୍ରସ୍ତୁତ କରିବ। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ପୁଞ୍ଜିନିବେଶ ଏକ ଗେମ୍‌ ଚେଞ୍ଜର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ବେଦାନ୍ତ ଗ୍ରୁପ୍‌ ଅଧ୍ୟକ୍ଷ ବେଦାନ୍ତର ଶିଳ୍ପ ପ୍ରକଳ୍ପଗୁଡିକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri