ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଛି। ଆଗାମୀ ଦିନରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବ। ମେକ୍‌ ଇନ୍‌ ଓଡ଼ିଶା କନ୍‌ କ୍ଲେଭ୍‌ ୨୦୨୫ ରୋଡ୍‌ ଶୋ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ପ୍ରତିନିଧି ଦଳ ସହ ଆଲୋଚନାବେଳେ ବେଦାନ୍ତ ଲିମିଟେଡ୍‌ ଏହି ପୁଞ୍ଜିନିବେଶ ଘୋଷଣା କରିଛି ା ସୂଚନା ଥାଉକି, ବେଦାନ୍ତ ଟେଣ୍ଡର ମାଧ୍ୟମରେ ସିଜିମାଳି ଖଣି ପାଇଛି ଯେଉଁଠାରେ ବିପୁଳ ପରିମାଣର ବକ୍ସାଇଟ୍‌ ଗଚ୍ଛିତ ରହିଛି ା ଅକ୍ଷୟ ଶକ୍ତି ଦ୍ୱାରା ପରିଚାଳିତ ସବୁଜ ଆଲୁମିନିୟମ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇ ବାର୍ଷିକ ୬ ନିୟୁତ ଟନ୍‌ ଆଲୁମିନିୟମ ରିଫାଇନେରି ଓ ୩ ମିଲିୟନ ଟନ୍‌ କ୍ଷମତା ବିଶିଷ୍ଟ ଆଲୁମିନିୟମ କାରଖାନା ପ୍ରତିଷ୍ଠା ଦିଗରେ ଏହି ପୁଞ୍ଜିନିବେଶକୁ ଆଗେଇନିଆଯିବ ା ଅଟୋ, ଶକ୍ତି, ନିର୍ମାଣ ଏବଂ ରେଲୱେ ଭଳି ଶତାଧିକ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଆଲୁମିନିୟମର ଅଧିକ ପ୍ରୟୋଗ ହେଉଥିବାରୁ ଏହା ଆନୁଷଙ୍ଗିକ ଶିଳ୍ପ ପାଇଁ ଏକ ବିଶାଳ ଶିଳ୍ପ କମ୍ପ୍ଲେକ୍ସ ସୃଷ୍ଟି କରିବ ବୋଲି ଆଶା କରାଯାଉଛି। ବେଦାନ୍ତ ଝାରସୁଗୁଡ଼ା ଭଳି ରାୟଗଡ଼ାକୁ ଏକ ଉଚ୍ଚ ବିକଶିତ ଅଞ୍ଚଳ ଭାବେ ଉଭାହେବାକୁ ଲକ୍ଷ୍ୟ ରଖିଥିବା ବେଦାନ୍ତ ପକ୍ଷରୁ ସୂଚନା ଦିଅଯାଇଛି। ରାଜ୍ୟ ସରକାରଙ୍କ ସହଯୋଗରେ ବେଦାନ୍ତ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା, ଦକ୍ଷତା ବିକାଶ କେନ୍ଦ୍ର ଓ ନନ୍ଦଘର ପ୍ରତିଷ୍ଠା କରିବ ା ଏହି ପୁଞ୍ଜିନବେଶ ଦ୍ୱାରା ୧ ହଜାର ଏମ୍‌ଏସ୍‌ଏମ୍‌ଇ ସହିତ ୨ ଲକ୍ଷ ନିଯୁକ୍ତି ସୃଷ୍ଟି କରିବ ା ୨୦୩୦ ସୁଦ୍ଧା ଆଲୁମିନିୟମ୍‌ର ଚାହିଦା ସମାନ ଭାବରେ ବୃଦ୍ଧି ପାଇବ ା
ଏ ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, ୨୦୩୦ ସୁଦ୍ଧା ଓଡ଼ିଶାକୁ ଅଧା ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବାରୁ ଆମେ ନୂଆ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ବିଶ୍ୱକୁ ଆମନ୍ତ୍ରଣ କରୁଛୁ ା ଜାନୁଆରୀ ୨୦୨୫ରେ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଉତ୍କର୍ଷ ଓଡ଼ିଶା ଆୟୋଜନ କରୁଛୁ ଏବଂ ପ୍ରି-ଇଭେଣ୍ଟ ରୋଡ୍‌ ଶୋ’ ସମୟରେ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ସହ ଫଳପ୍ରଦ ଆଲୋଚନା କରିଛୁ ।
ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି, ବେଦାନ୍ତର ଅଭିବୃଦ୍ଧିରେ ଓଡ଼ିଶା ସବୁବେଳେ ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ା ବେଦାନ୍ତର ପୁଞ୍ଜିନିବେଶ ରାଜ୍ୟର ସାମଗ୍ରିକ ଅଭିବୃଦ୍ଧି ଏବଂ ବୃହତ ଶିଳ୍ପାୟନ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଥିବା ଅଗ୍ରଓ୍ବାଲ କହିଛନ୍ତି। ରାଜ୍ୟର ଅର୍ଥନୈତିକ ପ୍ରଗତିରେ ଯୋଗଦାନ ଦେଇ ରାଜ୍ୟବାସୀଙ୍କୁ ସଶକ୍ତ କରିବୁ ଏବଂ ଓଡ଼ିଶାର କୋଟି କୋଟି ଲୋକଙ୍କ ଜୀବନର ଗୁଣବତ୍ତା ବୃଦ୍ଧି କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri