ଭୁବନେଶ୍ୱର,୧୫ା୮(ଅଭୟ ଦାଶ): ଭାରତର ସର୍ବବୃହତ ଆଲୁମିନିୟମ ଉପତ୍ାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ‘ଆଜାଦୀ କା ଅସଲି ମତଲବ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୭୭ତମ ସ୍ବାଧୀନତା ଦିବସ ଅବସରରେ ‘ଆଜାଦୀ କା ଅସଲି ମତଲବ’ ଅଭିଯାନ (ସ୍ବାଧୀନତାର ପ୍ରକୃତ ଅର୍ଥ) ଶୀର୍ଷକ ଏକ ମଲ୍ଟି-ଚ୍ୟାନେଲ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଦେଶର ବିଭିନ୍ନ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହିତ ସଚେତନତା ସୃଷ୍ଟି କରିବ। ଏହି ଅଭିଯାନକୁ ସୋମବାର ୟୁଟ୍ୟୁବ ପ୍ଲାଟଫର୍ମ ମାଧ୍ୟମରେ ଶୁଭାରମ୍ଭ କରାଯାଇଥିବବେଳେ ୨୦୨୩ ଅଗଷ୍ଟ୧୫ରେ ଦେଶର ସମସ୍ତ ଅଗ୍ରଣୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଆଦିରେ ଶେୟାର କରାଯିବ। ବିଶେଷ କରି ଏହି ଅଭିଯାନ ଦେଶର ବହୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ପାଇଁ ଆଲୁମିନିୟମ କିପରି ମେରୁଦଣ୍ଡର ଭୂମିକା ଭାବେ କାର୍ଯ୍ୟ ସମ୍ପାଦନ କରି ଭାରତକୁ ଏକ ବିଶ୍ୱସ୍ତରୀୟ ନିର୍ମାଣ ହବ୍ରେ ପରିଣତ କରାଇଛି ସେ ସମ୍ପର୍କରେ ବିସ୍ତୃତ ଅବଗତ କରାଇବ। ଆଲୁମିନିୟମ ଫ୍ରମ ଦ ଆର୍ଥ ଟେକ୍ସ ଇଣ୍ଡିଆ ଟୁ ଦ ସ୍କାଏ ବିଷୟବସ୍ତୁ ଉପରେ ଆଧାର କରି ଅଗଷ୍ଟ୧୫ରେ ଏହି ଅଭିଯାନ ଆରମ୍ଭ କରାଯିବ। ଉକ୍ତ ଅଭିଯାନ ସ୍ବାଧୀନତାକୁ ଏକ ବିସ୍ତାରିତ ଧାରଣା ଭାବେ ଗ୍ରହଣ କରିଥାଏ, ଯାହା ଶବ୍ଦ ମଧ୍ୟରେ ବିଦ୍ୟମାନ ପ୍ରଭାବକୁ ବିକଶିତ କରି ଏକ ସ୍ବତନ୍ତ୍ର ଅଭିଜ୍ଞତା ସୃଷ୍ଟି କରିଥାଏ। ସ୍ବାଧୀନତା ଆଜି ବିଭିନ୍ନ ରୂପରେ ନିଜକୁ ଭିନ୍ନ ଭିନ୍ନ ଲୋକଙ୍କ ପାଇଁ ରୂପାୟନ କରିଥିବାର ଉପଲବ୍ଧି ପ୍ରଦାନ କରିଥାଏ।
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


