ବେଦାନ୍ତର ସ୍ବତନ୍ତ୍ର ଅଭିଯାନ ‘ଆଜାଦୀ କା ଅସଲି ମତଲବ’

ଭୁବନେଶ୍ୱର,୧୫ା୮(ଅଭୟ ଦାଶ): ଭାରତର ସର୍ବବୃହତ ଆଲୁମିନିୟମ ଉପତ୍ାଦନକାରୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ‘ଆଜାଦୀ କା ଅସଲି ମତଲବ’ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୭୭ତମ ସ୍ବାଧୀନତା ଦିବସ ଅବସରରେ ‘ଆଜାଦୀ କା ଅସଲି ମତଲବ’ ଅଭିଯାନ (ସ୍ବାଧୀନତାର ପ୍ରକୃତ ଅର୍ଥ) ଶୀର୍ଷକ ଏକ ମଲ୍ଟି-ଚ୍ୟାନେଲ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନ ଦେଶର ବିଭିନ୍ନ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହିତ ସଚେତନତା ସୃଷ୍ଟି କରିବ। ଏହି ଅଭିଯାନକୁ ସୋମବାର ୟୁଟ୍ୟୁବ ପ୍ଲାଟଫର୍ମ ମାଧ୍ୟମରେ ଶୁଭାରମ୍ଭ କରାଯାଇଥିବବେଳେ ୨୦୨୩ ଅଗଷ୍ଟ୧୫ରେ ଦେଶର ସମସ୍ତ ଅଗ୍ରଣୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଆଦିରେ ଶେୟାର କରାଯିବ। ବିଶେଷ କରି ଏହି ଅଭିଯାନ ଦେଶର ବହୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ପାଇଁ ଆଲୁମିନିୟମ କିପରି ମେରୁଦଣ୍ଡର ଭୂମିକା ଭାବେ କାର୍ଯ୍ୟ ସମ୍ପାଦନ କରି ଭାରତକୁ ଏକ ବିଶ୍ୱସ୍ତରୀୟ ନିର୍ମାଣ ହବ୍‌ରେ ପରିଣତ କରାଇଛି ସେ ସମ୍ପର୍କରେ ବିସ୍ତୃତ ଅବଗତ କରାଇବ। ଆଲୁମିନିୟମ ଫ୍ରମ ଦ ଆର୍ଥ ଟେକ୍‌ସ ଇଣ୍ଡିଆ ଟୁ ଦ ସ୍କାଏ ବିଷୟବସ୍ତୁ ଉପରେ ଆଧାର କରି ଅଗଷ୍ଟ୧୫ରେ ଏହି ଅଭିଯାନ ଆରମ୍ଭ କରାଯିବ। ଉକ୍ତ ଅଭିଯାନ ସ୍ବାଧୀନତାକୁ ଏକ ବିସ୍ତାରିତ ଧାରଣା ଭାବେ ଗ୍ରହଣ କରିଥାଏ, ଯାହା ଶବ୍ଦ ମଧ୍ୟରେ ବିଦ୍ୟମାନ ପ୍ରଭାବକୁ ବିକଶିତ କରି ଏକ ସ୍ବତନ୍ତ୍ର ଅଭିଜ୍ଞତା ସୃଷ୍ଟି କରିଥାଏ। ସ୍ବାଧୀନତା ଆଜି ବିଭିନ୍ନ ରୂପରେ ନିଜକୁ ଭିନ୍ନ ଭିନ୍ନ ଲୋକଙ୍କ ପାଇଁ ରୂପାୟନ କରିଥିବାର ଉପଲବ୍ଧି ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri