ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍)-୨୦୨୪ ଫଳାଫଳରେ ବାଜିମାତ୍ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।
ସେହିଭଳି ଜେଇଇ(ମେନ୍)୨୦୨୪ ଫଳାଫଳରେ କୃତକାର୍ଯ୍ୟ ହାସଲ କରିଥିବା ଛାତ୍ରମାନଙ୍କ ମଧ୍ୟରୁ ୨୧୦ ଛାତ୍ରୀଛାତ୍ର ୯୯ ପର୍ସେଣ୍ଟାଇଲରୁ ଅଧିକ ସ୍କୋର କରିଥିବାବେଳେ ୬୪୧ ଛାତ୍ରୀଛାତ୍ର ୯୭ ପସେଣ୍ଟାଇଲରୁ ଅଧିକ ସ୍କୋର କରିଛନ୍ତି।
ଉଲ୍ଲେଖଯୋଗ୍ୟ, ବେଦାନ୍ତୁର ଛାତ୍ର ପ୍ରଣବାନନ୍ଦ ସାଜି ଅଲ ଇଣ୍ଡିଆ ର଼୍ୟାଙ୍କ୍ ୩୧ ସହ ସମସ୍ତ ବେଦାନ୍ତୁର ଓଭରଅଲ ଟପ୍ପର ହୋଇଛନ୍ତି।
ଏ ସମ୍ପର୍କରେ ବେଦାନ୍ତୁର ସହ-ପ୍ରତିଷ୍ଠାତା ତଥା ଏକାଡେମିକ ମୁଖ୍ୟ ଆନନ୍ଦ ପ୍ରକାଶ କହିଥିଲେ, ଜେଇଇ ପରି ଅନ୍ତର୍ହିତ ପାଠ୍ୟକ୍ରମ ପ୍ରସ୍ତୁତି ସହ ଆମର ସକ୍ରିୟ ଶିକ୍ଷାଦାନ ପ୍ରଣାଳୀ ଛାତ୍ରୀଛାତ୍ରମାନଙ୍କ ମନରେ ଥିବା ସମସ୍ତ ସଂଶୟ ଦୂର ସହ ସେମାନଙ୍କୁ ପ୍ରକୃତ ସାମର୍ଥ୍ୟ ହାସଲ କରିବାକୁ ପ୍ରସ୍ତୁତ କରିଥାଏ। ଜେଇଇର ଏହି ସଫଳତା ଆମର ଛାତ୍ର, ଗୁରୁ, ପରାମର୍ଶଦାତା, ଡାଉଟ କ୍ଲିୟର ବିଶେଷଜ୍ଞ, ଛାତ୍ର ସହାୟତା କର୍ମଚାରୀ ଓ ଅନ୍ୟମାନଙ୍କ ନିଷ୍ଠା ଓ ପରିଶ୍ରମର ପ୍ରମାଣ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ସେହିଭଳି ବେଦାନ୍ତୁର ସିଇଓ ତଥା ସହ-ପ୍ରତିଷ୍ଠାତା ଭାମସି କୃଷ୍ଣା କହିଛନ୍ତି, ଛାତ୍ରୀଛାତ୍ରମାନଙ୍କ କଠିନ ପରିଶ୍ରମ ଓ ନିଷ୍ଠା ସହିତ ବେଦାନ୍ତୁ ଶିକ୍ଷାନୁଷ୍ଠାନର ଶିକ୍ଷାଦାନ ପ୍ରଣାଳୀର ଫଳପ୍ରଦତାର ଏହା ପ୍ରମାଣ। ଏହି ଶିକ୍ଷାନୁଷ୍ଠାନର ବିସ୍ତାର ପାଇଁ ଆମେ ଉତ୍ସାହିତ ଅଛୁ, ଯାହା ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କ ଉପରେ ସକାରାତ୍ମକ ପ୍ରଭାବ ପକାଇବ। ଏପରିକି ଆଦର୍ଶ ଶିକ୍ଷାଦାନ ପ୍ରଣାଳୀ ଉପରେ ବେଦାନ୍ତୁ ସର୍ବଦା ଧ୍ୟାନ ଦେଇ ଦେଶର ଛାତ୍ରମାନଙ୍କୁ ଏକ ନୂଆ ସୁଯୋଗ ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଛି।
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…
ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
Archives

