Posted inଜାତୀୟ

ଅଭିନନ୍ଦନଙ୍କୁ ବୀର ଚକ୍ର…

ନୂଆଦିଲ୍ଲୀ,୨୨।୧୧: ବାୟୁସେନାର ଗ୍ରୁପ୍‌ କ୍ୟାପଟେନ୍‌ ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ରରେ ସମ୍ମାନୀତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ସମୟରେ ଅଭିନନ୍ଦନ ବାୟୁସେନାର ଓ୍ବିଙ୍ଗ୍‌ କମାଣ୍ଡା ଭାବେ କାର୍ଯ୍ୟ କରୁଥିଲେ। ସେ ପାକିସ୍ତାନ ଏଫ୍‌-୧୬ ଯୁଦ୍ଧ ବିମାନକୁ ଧ୍ୱଂସ କରିଥିଲେ।

ଚଳିତ ବର୍ଷ ନଭେମ୍ବର ୩ରେ ତାଙ୍କୁ ପଦୋନ୍ନତି ଦିଆଯାଇଥିଲା। ଏବେ ସେ ଗ୍ରୁପ କ୍ୟାପଟେନ ଦାୟିତ୍ୱରେ ଅଛନ୍ତି। ପ୍ରଦାନ କରାଯାଇଥିଲା। ୨୦୧୯ ଫେତ୍ୃୟାରୀ ୨୬-୨୭ ରାତିରେ ଅଭିନନ୍ଦନ ମିଗ-୨୧ ବିମାନରୁ ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଉପରେ ଆକ୍ରମଣ କରିଥିଲେ। ଏହାପରେ ମିଗ୍‌-୨୧ ଦୁର୍ଘଟଣା ଗ୍ରସ୍ତ ହେବାକରୁ ସେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଅବତରଣ କରିଥିଲେ। ତାଙ୍କୁ ପାକିସ୍ତାନୀ ସୈନ୍ୟ ଗିରଫ କରିଥିଲେ।
ତେବେ ପରେ ତାଙ୍କୁ ପାକିସ୍ତାନ ମୁକ୍ତ କରିଥିଲା। ଭାରତର କୂଟନୈତିକ ଚାପ ସମ୍ମୁଖରେ ପାକିସ୍ତାନ ତାଙ୍କୁ ୱାଘା ସୀମାରେ ନିରାପଦରେ ଛାଡି ଦେଇଥିଲା।
ପାକିସ୍ତାନୀ ବିମାନ ଏଫ୍‌-୧୬କୁ ଗୁଳି କରିଥିବାରୁ ତାଙ୍କୁ ପ୍ରଶଂସା କରାଯାଇଥିଲା ଏବଂ ସେ ଜାତୀୟ ହିରୋ ଭାବରେ ପରିଚିତି ଲାଭ କରିପାରିଥିଲେ।

ଏହି ଅବସରରେ ସୈପର୍‌ ପ୍ରକାଶ ଯାଦବଙ୍କ ମରଣୋତ୍ତର ’କୀର୍ତ୍ତୀ ଚକ୍ର’ ପ୍ରଦାନ କରାଯାଇଛି। ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଥିବାରୁ ପ୍ରକାଶଙ୍କ ସ୍ତ୍ରୀ ଏବଂ ମାତାଙ୍କୁ ରାଷ୍ଟ୍ରପତି ଏହି ସମ୍ମାନ ପ୍ରଦାନ କରିଛନ୍ତି।


ନାଏବ ସୁବେଦାର ସୋମବୀରଙ୍କୁ ମରଣୋତ୍ତର ‘ଶୌର୍ଯ୍ୟ ଚକ୍ର’ ସମ୍ମାନରେ ସମ୍ମାନୀତ କରାଯାଇଛି।

୫ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରିଥିବା ମେଜର ବିଭୁତି ଢୋଣ୍ଡିଆଲଙ୍କୁ ମରଣୋତ୍ତର‘ଶୌର୍ଯ୍ୟ ଚକ୍ର’ ସମ୍ମାନରେ ସମ୍ମାନୀତ କରାଯାଇଛି। ତାଙ୍କ ସ୍ତ୍ରୀ ଲ୍ୟୁଟନାଟ୍‌ ନିତିକା କୌଲ ଏବଂ ମାତା ରାଷ୍ଟ୍ରପତିଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri