ବେଣା ଜଙ୍ଗଲରେ ନିଆଁ ଲାଗି ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ, ୧୩ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଅନ୍ତର୍ଗତ କାକୁଡିପଲ୍ଲୀପାଳରେ ସୃଷ୍ଟି ହୋଇଥିବା ବେଣା ଜଙ୍ଗଲରେ ରବିବାର ପୂର୍ବାହ୍ନ ୧୧ଟାରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ଲକ୍ଷାଧିକ ଟଙ୍କାର ପନିପରିବା ଫସଲ ପୋଡି ନଷ୍ଟ ହୋଇଯାଇଛି। ଆମ୍ବ ଓ ଅନ୍ୟ ଫଳନ୍ତି ଗଛଗୁଡିକ ନିଆଁରେ ପୋଡି କ୍ଷତିଗ୍ରସ୍ତ ହୋଇଛି। କେହି ଦୁର୍ବୃତ୍ତ ବେଣା ଜଙ୍ଗଲରେ ନିଆଁ ଲଗାଇ ଦେବା କାରଣରୁ ୨ ଏକରରୁ ଊର୍ଦ୍ଧ୍ୱ ଜମିରେ ନିଆଁ ଲାଗି ବେଣା ଜଙ୍ଗଲ ସମେତ ବିଲରେ ଥିବା ବିଭିନ୍ନ ପ୍ରକାର ପନିପରିବା ପୋଡି ଯାଇଛି। ଖବରପାଇ ପଟ୍ଟାମୁଣ୍ଡାଇ ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ନିଆଁକୁ ଆୟତ କରାଯାଇ ନ ଥିଲେ ନିକଟବର୍ତ୍ତୀ ଗାଁରେ ଅଗ୍ନିକାଣ୍ଡ କାରଣରୁ ବଡଧରଣର ଦୁର୍ଘଟଣା ଘଟିବାର ସମ୍ଭାବନା ରହିଥିବା ସ୍ଥାନୀୟ ଲୋକ କହିଛନ୍ତି। ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ପନିପରିବା ଚାଷୀମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri