ବେଣା ଜଙ୍ଗଲରେ ନିଆଁ ଲାଗି ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ, ୧୩ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଅନ୍ତର୍ଗତ କାକୁଡିପଲ୍ଲୀପାଳରେ ସୃଷ୍ଟି ହୋଇଥିବା ବେଣା ଜଙ୍ଗଲରେ ରବିବାର ପୂର୍ବାହ୍ନ ୧୧ଟାରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ଲକ୍ଷାଧିକ ଟଙ୍କାର ପନିପରିବା ଫସଲ ପୋଡି ନଷ୍ଟ ହୋଇଯାଇଛି। ଆମ୍ବ ଓ ଅନ୍ୟ ଫଳନ୍ତି ଗଛଗୁଡିକ ନିଆଁରେ ପୋଡି କ୍ଷତିଗ୍ରସ୍ତ ହୋଇଛି। କେହି ଦୁର୍ବୃତ୍ତ ବେଣା ଜଙ୍ଗଲରେ ନିଆଁ ଲଗାଇ ଦେବା କାରଣରୁ ୨ ଏକରରୁ ଊର୍ଦ୍ଧ୍ୱ ଜମିରେ ନିଆଁ ଲାଗି ବେଣା ଜଙ୍ଗଲ ସମେତ ବିଲରେ ଥିବା ବିଭିନ୍ନ ପ୍ରକାର ପନିପରିବା ପୋଡି ଯାଇଛି। ଖବରପାଇ ପଟ୍ଟାମୁଣ୍ଡାଇ ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ନିଆଁକୁ ଆୟତ କରାଯାଇ ନ ଥିଲେ ନିକଟବର୍ତ୍ତୀ ଗାଁରେ ଅଗ୍ନିକାଣ୍ଡ କାରଣରୁ ବଡଧରଣର ଦୁର୍ଘଟଣା ଘଟିବାର ସମ୍ଭାବନା ରହିଥିବା ସ୍ଥାନୀୟ ଲୋକ କହିଛନ୍ତି। ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ପନିପରିବା ଚାଷୀମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri